Posted inଜାତୀୟ

ଯୋଗୀ ସରକାରଙ୍କ ସମୟରେ ରାଜ୍ୟରେ ୨୦ ସାଧୁ-ସନ୍ଥଙ୍କ ହତ୍ୟା: କଂଗ୍ରେସ

ଲକ୍ଷ୍ନୌ, ୧୧।୧୦: ଉତ୍ତରପ୍ରଦେଶର ଗୋଣ୍ଡାରେ ରାମ ଜାନକୀ ମନ୍ଦିର ପୂଜାରୀ ସମ୍ରାଟ ଦାସଙ୍କୁ ଗୁଳି ମାଡ଼ ହେବା ଘଟଣାରେ ବିରୋଧୀ ଦଳଙ୍କ ପକ୍ଷରୁ ଶାସକ ଭାଜପାକୁ ଘେରିବା ଆରମ୍ଭ ହୋଇଛି। ସମ୍ରାଟଙ୍କୁ ଜମିମାଫିଆ ଗୁଳି କରିଥିବା କୁହାଯାଉଛି। କଂଗ୍ରେସର ରାଜ୍ୟ ଅଧ୍ୟକ୍ଷ ଅଜୟ କୁମାର ଲାଲ୍ଲୁ ଏନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଟାର୍ଗେଟ୍‌ କହିଛନ୍ତି। ଯୋଗୀଙ୍କ ଶାସନର ୨ବର୍ଷ ମଧ୍ୟରେ ବର୍ତ୍ତମାନ ସୁଦ୍ଧା ୨୦ ସାଧୁ-ସନ୍ଥଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି। ସେ ସାଧୁ-ସନ୍ଥଙ୍କ ତାଲିକା ସମ୍ପର୍କରେ ମଧ୍ୟ ସରକାରଙ୍କୁ ସୂଚନା ଦେଇଛନ୍ତି। ଜମି ମାଫିଆ ଏବଂ ସରକାର ମିଳିତ ହୋଇ ଏଭଳି ଅପରାଧ କରୁଥିବା ସେ କହିଛନ୍ତି। କେତେକ ହତ୍ୟା ମାମଲାକୁ ପୋଲିସ ପକ୍ଷରୁ ଆତ୍ମହତ୍ୟାର ରୂପ ଦିଆଯାଇ କେସ୍‌କୁ ବନ୍ଦ କରି ଦିଆଯାଇଥିବା ସେ ଅଭିଯୋଗ କରିଛନ୍ତି। ସେହିପରି ସମାଜବାଦୀ ପାର୍ଟି ପକ୍ଷରୁ ଏହି ମାମଲାରେ ସରକାର କାହିଁକି ନୀରବ ରହିଛନ୍ତି ବୋଲି ପ୍ରଶ୍ନ କରାଯାଇଛି। ଜମି ମାଫିଆ ମନ୍ଦିର ପୁଜାରୀଙ୍କଠାରୁ ଜମି ହଡ଼ପ କରିବା ଲାଗି ଅପରାଧମାନ ଘଟାଉଥିବା ବିରୋଧୀ ଦଳ ପକ୍ଷରୁ କୁହାଯାଇଛି। ସରକାର ସବୁ ଜାଣିଶୁଣି ଚୁପ୍‌ ରହୁଥିବା ବିରୋଧୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧୫ରୁ ୪ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI)…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri