୨୦ସୁଦ୍ଧା ଡ୍ରେନ୍‌ କାମ ସାରିବାକୁ ମେୟରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୮।୬ (ବନ୍ଦନା ସେଠୀ): ଆସନ୍ତା ୯ ତାରିଖରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ହେଲେ ରାଜଧାନୀ ଭୁବନେଶ୍ୱରରେ ଏଯାଏ ଡ୍ରେନ୍‌ ସଫେଇ ସରିନାହିଁ। ଅସରାଏ ବର୍ଷା ହେଲେ ସହରରେ ଜଳବନ୍ଦୀ ସୃଷ୍ଟି ହେଉଥିବାରୁ ପ୍ରତିଥର ବିଏମ୍‌ସିକୁ ସମାଲୋଚନାର ଶୀକାର ହେବାକୁ ପଡୁଛି। ତେଣୁ ଆସନ୍ତା ୨୦ ତାରିଖ ସୁଦ୍ଧା ଡ୍ରେନ୍‌ ସଫେଇ ସାରିବାକୁ ମେୟର ସୁଲୋଚନା ଦାସ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ବିଏମ୍‌ସି କାର୍ଯ୍ୟାଳୟରେ ମେୟରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଡ୍ରେନ୍‌ ସଫେଇ ସାଙ୍ଗକୁ ମୁକ୍ତା ଯୋଜନାରେ ଚାଲିଥିବା କାମର ସମୀକ୍ଷା କରାଯାଇଥିଲା।
ଚଳିତ ବର୍ଷ ଭୁବନେଶ୍ୱର ମହାନଗର ନିଗମାଞ୍ଚଳରେ ଥିବା ସମସ୍ତ ଡ୍ରେନ୍‌ର ସଫେଇ କାର୍ଯ୍ୟ ବିଏମ୍‌ସିକୁ ଦିଆଯାଇଛି। ୭୭କି.ମି. ବିଶିଷ୍ଟ ୧୦ଟି ମୁଖ୍ୟ ଡ୍ରେନ ମଧ୍ୟରୁ ମାତ୍ର ୨୨କି.ମି. ସଫା ହୋଇଛି। ଆର୍‌ ଆଣ୍ଡ୍‌ ବି ଅଧିନରେ ଥିବା ୫ଟି ଡିଭିଜନ୍‌ ଅନ୍ତର୍ଗତ ୩୬୦କି.ମିରୁ ମାତ୍ର ୫୨କି.ମି. ସଫେଇ କରାଯାଇଛି। ସେହିପରି ୯୨୪.୨୭କି.ମି ଆଭ୍ୟନ୍ତରୀଣ ଡ୍ରେନ୍‌ ମଧ୍ୟରୁ ଏବେସୁଦ୍ଧା ୬୫% ଡ୍ରେନ୍‌ ସଫା ହୋଇଛି। ଡ୍ରେନ୍‌ ସଫେଇ ପାଇଁ ମୋଟ୍‌ ୩୪ଟି ସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି। ଏହାବାଦ୍‌ ସଫେଇ କାମ ଅଧା ସରି ନ ଥିବାରୁ ମେୟର ଅସନ୍ତୋଷ ପ୍ରକାଶ କରିଥିଲେ। ଯୁଦ୍ଧକାଳୀନଭିତ୍ତିରେ କାମ ସାରିବାକୁ ମେୟର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଯେଉଁ ସଂସ୍ଥା ଠିକ୍‌ ଭାବେ କାମ ନ କରିବେ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଧ୍ୟ ଚେତାବନୀ ଦିଆଯାଇଛି। ସେହିପରି ସହରରେ ‘ମୁକ୍ତା’ ଯୋଜନାରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟରେ ନିର୍ବାଚନ ପାଇଁ ବିଭିନ୍ନ କାମ ଧିମେଇ ଯାଇଥିଲା। ମାତ୍ର ଏବେ ନିର୍ବାଚନ ଆଚରଣବିଧି ଉଠି ସାରିଥିବାରୁ ପୂର୍ବବତ୍‌ ସମସ୍ତ କାମ କରିବାକୁ ମେୟର ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଓ୍ବାର୍କ୍ସ ଷ୍ଟାଣ୍ଡିଂ କମିଟି ଚେୟାରମ୍ୟାନ୍‌ ଅମରେଶ ଜେନା, ରାଜସ୍ବ ଡେପୁଟି କମିଶନର ପ୍ରିୟବ୍ରତ ପାଢୀ, ସିଟି ଇଞ୍ଜିନିୟର ବିଳାସ ବେହେରା, କର୍ପୋରେଟର ସନ୍ତୋଷ ସିଂ ଏବଂ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?