୨୦ସୁଦ୍ଧା ଡ୍ରେନ୍‌ କାମ ସାରିବାକୁ ମେୟରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୮।୬ (ବନ୍ଦନା ସେଠୀ): ଆସନ୍ତା ୯ ତାରିଖରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ହେଲେ ରାଜଧାନୀ ଭୁବନେଶ୍ୱରରେ ଏଯାଏ ଡ୍ରେନ୍‌ ସଫେଇ ସରିନାହିଁ। ଅସରାଏ ବର୍ଷା ହେଲେ ସହରରେ ଜଳବନ୍ଦୀ ସୃଷ୍ଟି ହେଉଥିବାରୁ ପ୍ରତିଥର ବିଏମ୍‌ସିକୁ ସମାଲୋଚନାର ଶୀକାର ହେବାକୁ ପଡୁଛି। ତେଣୁ ଆସନ୍ତା ୨୦ ତାରିଖ ସୁଦ୍ଧା ଡ୍ରେନ୍‌ ସଫେଇ ସାରିବାକୁ ମେୟର ସୁଲୋଚନା ଦାସ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ବିଏମ୍‌ସି କାର୍ଯ୍ୟାଳୟରେ ମେୟରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଡ୍ରେନ୍‌ ସଫେଇ ସାଙ୍ଗକୁ ମୁକ୍ତା ଯୋଜନାରେ ଚାଲିଥିବା କାମର ସମୀକ୍ଷା କରାଯାଇଥିଲା।
ଚଳିତ ବର୍ଷ ଭୁବନେଶ୍ୱର ମହାନଗର ନିଗମାଞ୍ଚଳରେ ଥିବା ସମସ୍ତ ଡ୍ରେନ୍‌ର ସଫେଇ କାର୍ଯ୍ୟ ବିଏମ୍‌ସିକୁ ଦିଆଯାଇଛି। ୭୭କି.ମି. ବିଶିଷ୍ଟ ୧୦ଟି ମୁଖ୍ୟ ଡ୍ରେନ ମଧ୍ୟରୁ ମାତ୍ର ୨୨କି.ମି. ସଫା ହୋଇଛି। ଆର୍‌ ଆଣ୍ଡ୍‌ ବି ଅଧିନରେ ଥିବା ୫ଟି ଡିଭିଜନ୍‌ ଅନ୍ତର୍ଗତ ୩୬୦କି.ମିରୁ ମାତ୍ର ୫୨କି.ମି. ସଫେଇ କରାଯାଇଛି। ସେହିପରି ୯୨୪.୨୭କି.ମି ଆଭ୍ୟନ୍ତରୀଣ ଡ୍ରେନ୍‌ ମଧ୍ୟରୁ ଏବେସୁଦ୍ଧା ୬୫% ଡ୍ରେନ୍‌ ସଫା ହୋଇଛି। ଡ୍ରେନ୍‌ ସଫେଇ ପାଇଁ ମୋଟ୍‌ ୩୪ଟି ସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି। ଏହାବାଦ୍‌ ସଫେଇ କାମ ଅଧା ସରି ନ ଥିବାରୁ ମେୟର ଅସନ୍ତୋଷ ପ୍ରକାଶ କରିଥିଲେ। ଯୁଦ୍ଧକାଳୀନଭିତ୍ତିରେ କାମ ସାରିବାକୁ ମେୟର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଯେଉଁ ସଂସ୍ଥା ଠିକ୍‌ ଭାବେ କାମ ନ କରିବେ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଧ୍ୟ ଚେତାବନୀ ଦିଆଯାଇଛି। ସେହିପରି ସହରରେ ‘ମୁକ୍ତା’ ଯୋଜନାରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟରେ ନିର୍ବାଚନ ପାଇଁ ବିଭିନ୍ନ କାମ ଧିମେଇ ଯାଇଥିଲା। ମାତ୍ର ଏବେ ନିର୍ବାଚନ ଆଚରଣବିଧି ଉଠି ସାରିଥିବାରୁ ପୂର୍ବବତ୍‌ ସମସ୍ତ କାମ କରିବାକୁ ମେୟର ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଓ୍ବାର୍କ୍ସ ଷ୍ଟାଣ୍ଡିଂ କମିଟି ଚେୟାରମ୍ୟାନ୍‌ ଅମରେଶ ଜେନା, ରାଜସ୍ବ ଡେପୁଟି କମିଶନର ପ୍ରିୟବ୍ରତ ପାଢୀ, ସିଟି ଇଞ୍ଜିନିୟର ବିଳାସ ବେହେରା, କର୍ପୋରେଟର ସନ୍ତୋଷ ସିଂ ଏବଂ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri