ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ, ୧୩ରୁ ଆବେଦନ

ଭୁବନେଶ୍ୱର,୧୧ା୯(ଅସମାପିକା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ଯୋଜନାଭିତ୍ତିକ (ସିମାଟିକ) ନିଯୁକ୍ତି ପାଇଁ ଓଡି଼ଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ଓ୍ବେବ୍‌ସାଇଟ୍‌ରେ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୧୩ ତାରିଖରୁ ଆଶାୟୀ ପ୍ରାର୍ଥୀମାନେ ଓସେପା ଓ୍ବେବ୍‌ସାଇଟ୍‌ରେ ଶିକ୍ଷକ ପଦବୀ ପାଇଁ ଆବେଦନ କରିପାରିବେ। ଆବେଦନର ଶେଷ ସମୟ ଆସନ୍ତା ଅକ୍ଟୋବର ୧୦ ତାରିଖ। କିଛି ବର୍ଷ ବ୍ୟବଧାନରେ ବ୍ୟାପକ ସଂଖ୍ୟାରେ ଏହି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାପରେ ରାଜ୍ୟର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର ହେବ। ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ। ବିଭାଗ ଅଧୀନରେ ହେବାକୁ ଥିବା ଏହି ୨୦ ହଜାର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍‌ଲାଇନ୍‌ରେ କରାଯିବ। କମ୍ପ୍ୟୁଟର ବେସଡ ଟେଷ୍ଟ (ସିବିଟି) ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ଆଶାୟୀ ପ୍ରାର୍ଥୀଙ୍କୁ ଚୟନ କରାଯିବ। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ ଜିଲା ଅନୁସାରେ ଜିଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକ (ସିମାଟିକ)ଙ୍କୁ ନିଯୁକ୍ତି ଦିଆଯିବ। ଓସେପାରେ ଓ୍ବେବ୍‌ସାଇଟ୍‌ରେ ନିଯୁକ୍ତି ପାଇଁ ଜିଲାଓ୍ବାରୀ ପଦବୀ, ଲିଖିତ ପରୀକ୍ଷାର ସିଲାବସ, କେଉଁ କେଉଁ ତଥ୍ୟ ଅପଲୋଡ୍‌ କରାଯିବ ଆଦି ସବିଶେଷ ବିବରଣୀ ଉପଲବ୍ଧ ରହିଛି। ଓସେପାର ୱେବସାଇଟ (https://osepa.odisha.gov.in)ରେ ଆଶାୟୀମାନେ ଆବେଦନ କରିବେ । ଏହା ବ୍ୟତୀତ ଅନ୍ୟକୌଣସି ମାଧ୍ୟମରେ ଆବେଦନକୁ ସ୍ବୀକାର କରାଯିବ ନାହିଁ । ଆଶାୟୀମାନେ ଉପଯୁକ୍ତ ଇମେଲ ଆଇଡି ଏବଂ ମୋବାଇଲ ନମ୍ବର ଦେଇ ନିଜ ନାମ ପଞ୍ଜୀକରଣ କରିବେ। ଏହା ପରେ ଆବଶ୍ୟକ ତଥ୍ୟ ଅପଲୋଡ କରି ଆବେଦନ କରିବେ। ଅନ୍‌ଲାଇନ୍‌ରେ ଆବେଦନ କରିବା ସମୟରେ ଯଦି କୌଣସି ସମସ୍ୟା ଦେଖାଯାଏ, ତେବେ ଆଶାୟୀମାନେ ହେଲ୍ପଡେସ୍କର ୭୩୫୩୯୨୭୭୭୯ ନମ୍ବରରେ ସୋମବାରଠୁ ଶୁକ୍ରବାର ପର୍ଯ୍ୟନ୍ତ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ଯୋଗାଯୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri