ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର, ୧୨।୯(ଅସମାପିକା ସାହୁ):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ଯୋଜନାଭିତ୍ତିକ(ସିମାଟିକ୍‌) ନିଯୁକ୍ତି ପାଇବେ। ଏଥିପାଇଁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ୱେବ୍‌ସାଇଟ୍‌ https://osepa.odisha.gov.inରେ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଶାୟୀ ପ୍ରାର୍ଥୀମାନେ ୧୩ ତାରିଖରୁ ଓସେପା ୱେବ୍‌ସାଇଟ୍‌ରେ ଶିକ୍ଷକ ପଦବୀ ପାଇଁ ଆବେଦନ କରିପାରିବେ। ଅକ୍ଟୋବର ୧୦ ତାରିଖ ହେଉଛି ଆବେଦନର ଶେଷ ସମୟ। କିଛିବର୍ଷ ବ୍ୟବଧାନରେ ଏହି ବଡ଼ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାପରେ ରାଜ୍ୟର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର ହେବା ସହ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ ବୋଲି ବିଭାଗ ଆଶା ରଖିଛି।
ବିଭାଗ ଅଧୀନରେ ହେବାକୁ ଥିବା ଏହି ୨୦ ହଜାର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍‌ଲାଇନ୍‌ରେ କରାଯିବ। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ(ସିବିଟି) ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ଆଶାୟୀ ପ୍ରାର୍ଥୀଙ୍କୁ ଚୟନ କରାଯିବ। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ ଜିଲା ଅନୁସାରେ ଜିଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଓସେପା ୱେବ୍‌ସାଇଟ୍‌ରେ ନିଯୁକ୍ତି ପାଇଁ ଜିଲାୱାରି ପଦବୀ, ଲିଖିତ ପରୀକ୍ଷାର ସିଲାବସ୍‌, କେଉଁ କେଉଁ ତଥ୍ୟ ଅପଲୋଡ୍‌ କରାଯିବ ଆଦି ସବିଶେଷ ବିବରଣୀ ଉପଲବ୍ଧ ରହିଛି। ଉକ୍ତ ଓ୍ବେବସାଇଟ୍‌ରେ ଆଶାୟୀମାନେ ଆବେଦନ କରିବେ। ଅନ୍ୟ କୌଣସି ମାଧ୍ୟମରେ ଆବେଦନକୁ ଗ୍ରହଣ କରାଯିବ ନାହିଁ। ଆଶାୟୀମାନେ ଉପଯୁକ୍ତ ଇମେଲ୍‌ ଆଇଡି ଏବଂ ମୋବାଇଲ ନମ୍ବର ଦେଇ ନିଜ ନାମ ପଞ୍ଜୀକରଣ କରିବେ। ଏହାପରେ ଆବଶ୍ୟକ ତଥ୍ୟ ଅପଲୋଡ୍‌ କରିବାକୁ ହେବ। ଆବେଦନ ସମୟରେ ଯଦି କୌଣସି ସମସ୍ୟା ଦେଖାଯାଏ, ତେବେ ଆଶାୟୀମାନେ ହେଲ୍ପଡେସ୍କ ନଂ.୭୩୫୩୯୨୭୭୭୯ରେ ସପ୍ତାହର ସୋମବାରରୁ ଶୁକ୍ରବାର ପର୍ଯ୍ୟନ୍ତ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ଯୋଗାଯୋଗ କରିପାରିବେ ବୋଲି ଓସେପା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri