ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର, ୧୨।୯(ଅସମାପିକା ସାହୁ):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ଯୋଜନାଭିତ୍ତିକ(ସିମାଟିକ୍‌) ନିଯୁକ୍ତି ପାଇବେ। ଏଥିପାଇଁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ୱେବ୍‌ସାଇଟ୍‌ https://osepa.odisha.gov.inରେ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଶାୟୀ ପ୍ରାର୍ଥୀମାନେ ୧୩ ତାରିଖରୁ ଓସେପା ୱେବ୍‌ସାଇଟ୍‌ରେ ଶିକ୍ଷକ ପଦବୀ ପାଇଁ ଆବେଦନ କରିପାରିବେ। ଅକ୍ଟୋବର ୧୦ ତାରିଖ ହେଉଛି ଆବେଦନର ଶେଷ ସମୟ। କିଛିବର୍ଷ ବ୍ୟବଧାନରେ ଏହି ବଡ଼ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାପରେ ରାଜ୍ୟର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର ହେବା ସହ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ ବୋଲି ବିଭାଗ ଆଶା ରଖିଛି।
ବିଭାଗ ଅଧୀନରେ ହେବାକୁ ଥିବା ଏହି ୨୦ ହଜାର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍‌ଲାଇନ୍‌ରେ କରାଯିବ। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ(ସିବିଟି) ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ଆଶାୟୀ ପ୍ରାର୍ଥୀଙ୍କୁ ଚୟନ କରାଯିବ। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ ଜିଲା ଅନୁସାରେ ଜିଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଓସେପା ୱେବ୍‌ସାଇଟ୍‌ରେ ନିଯୁକ୍ତି ପାଇଁ ଜିଲାୱାରି ପଦବୀ, ଲିଖିତ ପରୀକ୍ଷାର ସିଲାବସ୍‌, କେଉଁ କେଉଁ ତଥ୍ୟ ଅପଲୋଡ୍‌ କରାଯିବ ଆଦି ସବିଶେଷ ବିବରଣୀ ଉପଲବ୍ଧ ରହିଛି। ଉକ୍ତ ଓ୍ବେବସାଇଟ୍‌ରେ ଆଶାୟୀମାନେ ଆବେଦନ କରିବେ। ଅନ୍ୟ କୌଣସି ମାଧ୍ୟମରେ ଆବେଦନକୁ ଗ୍ରହଣ କରାଯିବ ନାହିଁ। ଆଶାୟୀମାନେ ଉପଯୁକ୍ତ ଇମେଲ୍‌ ଆଇଡି ଏବଂ ମୋବାଇଲ ନମ୍ବର ଦେଇ ନିଜ ନାମ ପଞ୍ଜୀକରଣ କରିବେ। ଏହାପରେ ଆବଶ୍ୟକ ତଥ୍ୟ ଅପଲୋଡ୍‌ କରିବାକୁ ହେବ। ଆବେଦନ ସମୟରେ ଯଦି କୌଣସି ସମସ୍ୟା ଦେଖାଯାଏ, ତେବେ ଆଶାୟୀମାନେ ହେଲ୍ପଡେସ୍କ ନଂ.୭୩୫୩୯୨୭୭୭୯ରେ ସପ୍ତାହର ସୋମବାରରୁ ଶୁକ୍ରବାର ପର୍ଯ୍ୟନ୍ତ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ଯୋଗାଯୋଗ କରିପାରିବେ ବୋଲି ଓସେପା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri