୨୦ ରୁ ୧୨୮୯ରେ ପହଞ୍ଚିଲାଣି: କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଦିବସ ପାଳିତ

ଭଞ୍ଜନଗର,୧୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନର ୬୩ ତମ ପ୍ରତିଷ୍ଠା ଦିବସ ସୋମବାର ପାଳିତ ହୋଇଯାଇଛି। ୧୯୬୩ ମସିହାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ଏହାର ମୂଳ ଲକ୍ଷ୍ୟ ଥିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଛୁଆମାନେ ପାଠ ପଢିବା। ଯେହେତୁ କେନ୍ଦ୍ର ସରକାରୀ କର୍ମଚାରୀମାନେ ବିଭିନ୍ନ ସମୟରେ ବିଭିନ୍ନ ରାଜ୍ୟକୁ ବଦଳି ହେଉଛନ୍ତି। ତେଣୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ
ଏହି ସମସ୍ୟାକୁ ଦୂର କରିବା ପାଇଁ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିଥିଲା। ୧୯୬୩ ମସିହାରେ ୨୦ ଟି କେନ୍ଦ୍ରୀୟ ବିଦ୍ୟାଳୟ ପ୍ରଥମେ ସ୍ଥାପିତ ହୋଇଥିଲା। ଆଜି ତାହା ୧୨୮୯ରେ ପହଞ୍ଚିଛି। ଦେଶ ବାହାରେ ମଧ୍ୟ କେନ୍ଦ୍ରୀୟ ବିଦ୍ୟାଳୟ ଶାଖା ଅଛି । ଶିକ୍ଷା କ୍ଷେତ୍ରରେ କେନ୍ଦ୍ରୀୟ ବିଦ୍ୟାଳୟର ସ୍ବତନ୍ତ୍ର ସୁନାମ ଅଛି। ଯାହା ଆମ ସମସ୍ତଙ୍କ ପାଇଁ ଗର୍ବର ବିଷୟ।

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ସୋମବାର ଅନୁଷ୍ଟିତ ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ବକ୍ତାମାନେ ତାହା ମତବ୍ୟକ୍ତ କରିଥିଲେ। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ଏଥିରେ ଅଧ୍ୟକ୍ଷତା କରିଥିଲେ। ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏଥିସହ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟ ଡ. ସୁଶାନ୍ତ କୁମାର ମଲ୍ଲିକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ଛାତ୍ରୀଛାତ୍ରଧ୍‌ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ବରିଷ୍ଠ ଶିକ୍ଷକ ସତ୍ୟବାନ ସାହୁ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri