ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ କାରାଦଣ୍ଡ

କେନ୍ଦୁଝର,୩୦ା୭(ସ୍ବ.ପ୍ର.): କେନ୍ଦୁଝରର ଅତିରିକ୍ତ ଜିଲା ଦୌରାଜଜ୍‌ ମାନସ କୁମାର ମିଶ୍ର ଜଣେ ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ହେଲେ ୧ ବର୍ଷ ଅଧିକ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ଆଦେଶ ହୋଇଛି।

ସୂଚନାଯୋଗ୍ୟ, ୨୦୧୫ ଡିସେମ୍ବର ୧୪ରେ ହରିଚନ୍ଦନପୁର ଥାନା ଖଡ଼ିବାହାଳି ଗ୍ରାମର ଦାସ ମାଝି କୌଣସି କାମରେ ଖେଦିଆମୁଣ୍ଡାକୁ ଯାଇଥିଲେ। ତେବେ ଗାଁ ରାସ୍ତାରେ ଉକ୍ତ ଗ୍ରାମର ଜଣେ ୫ ବର୍ଷର ନାବାଳିକା ଏକାକୀ ବୁଲୁଥିବା ଦେଖି ତାଙ୍କୁ ପାଖ ହୁଡ଼ିକୁ ଉଠାଇ ନେଇ ବଳାତ୍କାର କରିଥିଲେ। ଝିଅଟି ସଂଜ୍ଞାହୀନ ହୋଇପଡ଼ିବାରୁ, ସେଠାରେ ଝିଅକୁ ଛାଡ଼ି ଦାସ ଫେରାର ହୋଇଯାଇଥିଲେ। ଝିଅର ପରିବାର ଲୋକେ ଖୋଜାଖୋଜି କରିବା ପରେ ଅଚେତ ଅବସ୍ଥାରେ ଝିଅକୁ ଉଦ୍ଧାର କରି ଥାନାରେ ୧୫ ତାରିଖରେ ଅଭିଯୋଗ କରିଥିଲେ। ପୋଲିସ କେସ ନଂ.୧୫୬/୨୦୧୫ରେ ଏକ ମାମଲା ରୁଜୁ କରି ଦାସଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଏହି କେସ୍‌ରେ ୧୫ ଜଣ ସାକ୍ଷୀଙ୍କ ବୟାନ ଶୁଣିବା ପରେ ବିଚାରପତି ଶନିବାର ଦାସଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ସେହିପରି ପୀଡ଼ିତାଙ୍କୁ ଦେଢ଼ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷ ତଳେ ହୋଇଥିଲା ପୋଷ୍ଟିଂ, ଭଡ଼ା ଘରୁ ଉଦ୍ଧାର ହେଲା ପୋଷ୍ଟମ୍ୟାନଙ୍କ ମୃତଦେହ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଗୋଠଗାଁ ପୋଷ୍ଟମ୍ୟାନଙ୍କ ମୃତଦେହକୁ ତାଙ୍କ ଭଡାଘରୁ ଉଦ୍ଧାର କରାଯାଇଛି। ମୃତ ପୋଷ୍ଟମ୍ୟାନ ଜଣଙ୍କ ହେଲେ ଗଜପତି ଜିଲା…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ମିନି ଷ୍ଟାଡିୟମରେ ଅଧିକାଂଶ ଷ୍ଟ୍ରିଟ୍‌ ଲାଇଟ୍‌ ଜଳୁନି, ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ…

ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ): କିଛି ମାସ ହେବ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମରେ ଅଧିକାଂଶ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବା ଦେଖିବାକୁ ମିଳିଛି। ଏନ୍‌ଏସି ଅଧ୍ୟକ୍ଷାଙ୍କ ବାସଭବନ…

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri