ଦୋଷୀଙ୍କୁ ୨୦ ବର୍ଷ ଜେଲ

ବାଲେଶ୍ୱର ଅଫିସ, ୩୧।୧: ଏକ ଶିଶୁକନ୍ୟା ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ସ୍ବତନ୍ତ୍ର ଜଜ୍‌ (ପୋକ୍‌ସୋ) ରଞ୍ଜନ କୁମାର ସୂତାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ଜେଲ୍‌ଦଣ୍ଡ ସହ ୧୦ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନ ଅନାଦେୟ ୨ ବର୍ଷ ଅଧିକ ଜେଲ୍‌ଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି।
ଜୁଲାଇ ୨ରେ ବାଲେଶ୍ୱର ଜିଲା ସିଂଲା ଥାନା ଅଞ୍ଚଳର ଜଣେ ୫ ବର୍ଷୀୟା ଶିଶୁ ଏକ ବିବାହରେ ଯୋଗଦେବାକୁ ତାଙ୍କ ମା’ ବାପାଙ୍କ ସହିତ ମାମୁ ଘରକୁ ଯାଇଥିଲେ। ୫ ତାରିଖ ମଧ୍ୟାହ୍ନରେ ଖଳାରେ ବାଜୁଥିବା ମାଇକ୍‌ ନିକଟରେ ସାଙ୍ଗମାନଙ୍କ ସହିତ ସେ ଖେଳୁଥିଲେ। ପରିବାର ଲୋକେ କାର୍ଯ୍ୟରେ ବ୍ୟସ୍ତ ଥିବା ଏବଂ ଆଖପାଖରେ କେହି ନ ଥିବା ସୁଯୋଗ ନେଇ ମାଇକ ବଜାଉଥିବା ମୁନା ହାଁସଦା (୨୨) ଶିଶୁକନ୍ୟାକୁ ପ୍ରଲୋଭନ ଦେଖାଇ ଖଳା ପଛପଟେ ଥିବା ପୁରୁଣା ଶୌଚାଳୟକୁ ଉଠାଇ ନେଇଥିଲେ। ସେଠାରେ ବଳପୂର୍ବକ ବଳାତ୍କାର କରୁଥିବା ବେଳେ ଶିଶୁକନ୍ୟାଜଣକ ଚିତ୍କାର କରିଥିଲେ। ତାଙ୍କ ମା’ ଓ ପରିବାର ଲୋକେ ଦୌଡ଼ି ଯାଇ ଶିଶୁକନ୍ୟାଙ୍କୁ ଉଦ୍ଧାର କରିବା ସହ ମୁନାଙ୍କୁ ଅଟକ ରଖିଥିଲେ। ପରେ ଶିଶୁକନ୍ୟାଙ୍କୁ ବସ୍ତା ଡାକ୍ତରଖାନାକୁ ନେଇ ଚିକିତ୍ସା କରାଇଥିଲେ। ଅପରପକ୍ଷରେ ଶିଶୁକନ୍ୟାଙ୍କ ମା’ ସିଂଲା ଥାନାରେ ମୁନାଙ୍କ ନାମରେ ଲିଖିତ ଅଭିଯୋଗ ଦେଇଥିଲେ। ଏନେଇ ସିଂଲା ଥାନାରେ ମାମଲା (ନଂ. ୧୪୯/୨୨) ରୁଜୁ କରାଯାଇ ମୁନାଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିଲା। ଜଜ୍‌ ୧୦ ସାକ୍ଷ୍ୟ ଓ ୨୪ ଦସ୍ତାବିଜ୍‌କୁ ଭିତ୍ତି କରି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ପୀଡ଼ିତାଙ୍କୁ ୪ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ରାଶି ଯୋଗାଇ ଦେବା ପାଇଁ ଜିଲା ଆଇନ ସେବା ପ୍ରାଧିକରଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ପ୍ରଣବ କୁମାର ପଣ୍ଡା ମାମଲାର ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri