ଦୋଷୀଙ୍କୁ ୨୦ବର୍ଷ ଜେଲ

ବାଲେଶ୍ୱର ଅଫିସ,୨୫।୨: ବାଲେଶ୍ୱର ସ୍ବତନ୍ତ୍ର ଜଜ୍‌ (ପୋକ୍‌ସୋ) ରଞ୍ଜନ କୁମାର ସୂତାର ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡ ସହ ୧୦ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଆଉ ୨ ବର୍ଷ ଜେଲ୍‌ ଭୋଗିବାକୁ ରାୟରେ କୁହାଯାଇଛି। ଗତ ୨୦୨୧ ଜୁଲାଇ ୭ ତାରିଖରେ ନୀଳଗିରି ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀରେ ପାଠ ପଢୁଥିବା ୧୫ ବର୍ଷୀୟା ନାବାଳିକା ନିଜ ଭଉଣୀ ସହ ଘରେ ଶୋଇଥିଲେ। ରାତି ପ୍ରାୟ ୩ଟା ବେଳେ ଗ୍ରାମର କାହ୍ନୁ ସିଂ ଘରେ ପଶି ଜଳୁଥିବା ବିଦ୍ୟୁତ୍‌ ବଲ୍‌ବକୁ କାଢ଼ି ଦେଇ ନାବାଳିକା ଝିଅର ମୁହଁରେ ଲୁଗା ପକାଇ ଜବରଦସ୍ତ ବଳାତ୍କାର କରିଥିଲେ। ଏ ସମ୍ପର୍କରେ କାହାରିକୁ ଜଣାଇଲେ ଜୀବନରୁ ମାରିଦେବାକୁ ଧମକ ଦେଇ ପଳାଇଥିଲେ। ଉକ୍ତ ଘଟଣା ସମ୍ପର୍କରେ ନାବାଳିକା ଜଣକ ପରିବାର ଲୋକଙ୍କୁ ଜଣାଇଥିଲେ। ପରିବାର ଲୋକେ ଗ୍ରାମରେ ଖୋଜାଖୋଜି କରି କାହ୍ନୁଙ୍କୁ ଅଟକ ରଖି ପୋଲିସକୁ ଜଣାଇଥିଲେ। ଏନେଇ ନୀଳଗିରି ଥାନାରେ ଲିଖିତ ଅଭିଯୋଗ ପରେ ଥାନାରେ ମାମଲା (ନଂ. ୧୬୮/୨୧) ରୁଜୁ କରାଯାଇ କାହ୍ନାଙ୍କୁ କୋର୍ଟଚାଲାଣ କରାଯାଇଥିଲା। ଉକ୍ତ ଘଟଣାରେ ଜଜ୍‌ ସାକ୍ଷ୍ୟକୁ ଭିତ୍ତି କରି ଅଭିଯୁକ୍ତଙ୍କୁ ଉପରୋକ୍ତ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଅନ୍ୟପକ୍ଷରେ ପୀଡ଼ିତାଙ୍କୁ ୪ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ରାଶି ଯୋଗାଇ ଦେବା ପାଇଁ ଜିଲା ଆଇନସେବା ପ୍ରାଧିକରଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ପ୍ରଣବ କୁମାର ପଣ୍ଡା ମାମଲାର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri