ଦୋଷୀଙ୍କୁ ୨୦ବର୍ଷ ଜେଲ

ବାଲେଶ୍ୱର ଅଫିସ,୨୫।୨: ବାଲେଶ୍ୱର ସ୍ବତନ୍ତ୍ର ଜଜ୍‌ (ପୋକ୍‌ସୋ) ରଞ୍ଜନ କୁମାର ସୂତାର ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡ ସହ ୧୦ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଆଉ ୨ ବର୍ଷ ଜେଲ୍‌ ଭୋଗିବାକୁ ରାୟରେ କୁହାଯାଇଛି। ଗତ ୨୦୨୧ ଜୁଲାଇ ୭ ତାରିଖରେ ନୀଳଗିରି ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀରେ ପାଠ ପଢୁଥିବା ୧୫ ବର୍ଷୀୟା ନାବାଳିକା ନିଜ ଭଉଣୀ ସହ ଘରେ ଶୋଇଥିଲେ। ରାତି ପ୍ରାୟ ୩ଟା ବେଳେ ଗ୍ରାମର କାହ୍ନୁ ସିଂ ଘରେ ପଶି ଜଳୁଥିବା ବିଦ୍ୟୁତ୍‌ ବଲ୍‌ବକୁ କାଢ଼ି ଦେଇ ନାବାଳିକା ଝିଅର ମୁହଁରେ ଲୁଗା ପକାଇ ଜବରଦସ୍ତ ବଳାତ୍କାର କରିଥିଲେ। ଏ ସମ୍ପର୍କରେ କାହାରିକୁ ଜଣାଇଲେ ଜୀବନରୁ ମାରିଦେବାକୁ ଧମକ ଦେଇ ପଳାଇଥିଲେ। ଉକ୍ତ ଘଟଣା ସମ୍ପର୍କରେ ନାବାଳିକା ଜଣକ ପରିବାର ଲୋକଙ୍କୁ ଜଣାଇଥିଲେ। ପରିବାର ଲୋକେ ଗ୍ରାମରେ ଖୋଜାଖୋଜି କରି କାହ୍ନୁଙ୍କୁ ଅଟକ ରଖି ପୋଲିସକୁ ଜଣାଇଥିଲେ। ଏନେଇ ନୀଳଗିରି ଥାନାରେ ଲିଖିତ ଅଭିଯୋଗ ପରେ ଥାନାରେ ମାମଲା (ନଂ. ୧୬୮/୨୧) ରୁଜୁ କରାଯାଇ କାହ୍ନାଙ୍କୁ କୋର୍ଟଚାଲାଣ କରାଯାଇଥିଲା। ଉକ୍ତ ଘଟଣାରେ ଜଜ୍‌ ସାକ୍ଷ୍ୟକୁ ଭିତ୍ତି କରି ଅଭିଯୁକ୍ତଙ୍କୁ ଉପରୋକ୍ତ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଅନ୍ୟପକ୍ଷରେ ପୀଡ଼ିତାଙ୍କୁ ୪ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ରାଶି ଯୋଗାଇ ଦେବା ପାଇଁ ଜିଲା ଆଇନସେବା ପ୍ରାଧିକରଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ପ୍ରଣବ କୁମାର ପଣ୍ଡା ମାମଲାର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri