ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୫ା୪-ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ଗୋଷାଣୀନୂଆଗଁା ଥାନା ଅଞ୍ଚଳର ଶଙ୍କର ଦାସ (୨୮)। ବିଚାରପତି ତାଙ୍କ ରାୟରେ ଶଙ୍କରଙ୍କୁ ୨୦ ବର୍ଷ ସଶ୍ରମ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ଅଭିଯୁକ୍ତଙ୍କୁ ୨୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟେ ଅତିରିକ୍ତ ୨ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ହେବାକୁ ପଡିବ ବୋଲି ବିଚାରପତି ତାଙ୍କ ରାୟରେ ସ୍ପଷ୍ଟ କରିଛନ୍ତି। ସେହିପରି ପୀଡିତାଙ୍କୁ ୬ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବା ପାଇଁ କୋର୍ଟ ଜିଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକାଶ ଯେ, ୨୦୨୦ ଡିସେମ୍ବର ୧୯ ପୂର୍ବାହ୍ନରେ ଜଣେ ୧୩ବର୍ଷର ନାବାଳିକା ଘରେ ଏକାକୀ ଥିଲେ। ଏହା ଜାଣିବା ପରେ ଜଣେ ଯୁବକ ଉକ୍ତ ଘରେ ପଶି ତାଙ୍କ ପାଟି ଚିପି ବଳାତ୍କାର କରିଥିଲେ। ଏପରିକି ସେ ଅନେକ ଥର ତାଙ୍କର ନାବାଳିକା ଝିଅଙ୍କୁ ବଳାତ୍କାର ମଧ୍ୟ କରିଥିଲେ ବୋଲି ପୀଡ଼ିତାଙ୍କ ମା’ ଗୋଷାଣୀନୂଆଗଁା ଥାନାରେ ଦେଇଥିବା ଏତଲାରେ ଦର୍ଶାଇଥିଲେ। ପୋଲିସ ନଂ.୧୭୧/୨୦ରେ ଏକ ମାମଲା ରୁଜୁ କରିଥିଲା। ଘଟଣାର ଅନୁସନ୍ଧାନ କରି ପୋଲିସ ଅଭିଯୁକ୍ତ ଶଙ୍କରଙ୍କୁ ଘଟଣାର ଦିନକ ପରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ରହିଛନ୍ତି। କୋର୍ଟରେ ଉକ୍ତ ମାମଲାର ବିଚାର ବେଳେ ୧୫ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ମଙ୍ଗଳବାର ରାୟ ପ୍ରକାଶ ବେଳେ ଶଙ୍କରଙ୍କୁ କୋର୍ଟରେ ହାଜର କରାଯାଇଥିଲା। ସରକାରଙ୍କ ପକ୍ଷରୁ ପିପି ନାରାୟଣ ପଣ୍ଡା ଓ ମୁଦାଲାଙ୍କ ପକ୍ଷରୁ ଆଇନଜୀବୀ ଜଗତମୋହନ ପଟ୍ଟନାୟକ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri