ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୫ା୪-ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ଗୋଷାଣୀନୂଆଗଁା ଥାନା ଅଞ୍ଚଳର ଶଙ୍କର ଦାସ (୨୮)। ବିଚାରପତି ତାଙ୍କ ରାୟରେ ଶଙ୍କରଙ୍କୁ ୨୦ ବର୍ଷ ସଶ୍ରମ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ଅଭିଯୁକ୍ତଙ୍କୁ ୨୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟେ ଅତିରିକ୍ତ ୨ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ହେବାକୁ ପଡିବ ବୋଲି ବିଚାରପତି ତାଙ୍କ ରାୟରେ ସ୍ପଷ୍ଟ କରିଛନ୍ତି। ସେହିପରି ପୀଡିତାଙ୍କୁ ୬ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବା ପାଇଁ କୋର୍ଟ ଜିଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକାଶ ଯେ, ୨୦୨୦ ଡିସେମ୍ବର ୧୯ ପୂର୍ବାହ୍ନରେ ଜଣେ ୧୩ବର୍ଷର ନାବାଳିକା ଘରେ ଏକାକୀ ଥିଲେ। ଏହା ଜାଣିବା ପରେ ଜଣେ ଯୁବକ ଉକ୍ତ ଘରେ ପଶି ତାଙ୍କ ପାଟି ଚିପି ବଳାତ୍କାର କରିଥିଲେ। ଏପରିକି ସେ ଅନେକ ଥର ତାଙ୍କର ନାବାଳିକା ଝିଅଙ୍କୁ ବଳାତ୍କାର ମଧ୍ୟ କରିଥିଲେ ବୋଲି ପୀଡ଼ିତାଙ୍କ ମା’ ଗୋଷାଣୀନୂଆଗଁା ଥାନାରେ ଦେଇଥିବା ଏତଲାରେ ଦର୍ଶାଇଥିଲେ। ପୋଲିସ ନଂ.୧୭୧/୨୦ରେ ଏକ ମାମଲା ରୁଜୁ କରିଥିଲା। ଘଟଣାର ଅନୁସନ୍ଧାନ କରି ପୋଲିସ ଅଭିଯୁକ୍ତ ଶଙ୍କରଙ୍କୁ ଘଟଣାର ଦିନକ ପରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ରହିଛନ୍ତି। କୋର୍ଟରେ ଉକ୍ତ ମାମଲାର ବିଚାର ବେଳେ ୧୫ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ମଙ୍ଗଳବାର ରାୟ ପ୍ରକାଶ ବେଳେ ଶଙ୍କରଙ୍କୁ କୋର୍ଟରେ ହାଜର କରାଯାଇଥିଲା। ସରକାରଙ୍କ ପକ୍ଷରୁ ପିପି ନାରାୟଣ ପଣ୍ଡା ଓ ମୁଦାଲାଙ୍କ ପକ୍ଷରୁ ଆଇନଜୀବୀ ଜଗତମୋହନ ପଟ୍ଟନାୟକ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri