ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡ

ବ୍ରହ୍ମପୁର,୧୩ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ପ୍ରଭାତ କୁମାର ରାଜଗୁରୁ ବୁଧବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ଘଟଣାର ୬ବର୍ଷ ପରେ ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣ ମିଳିଥିବାରୁ ସେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ବଡ଼ଗଡ଼ ଥାନା ଅଞ୍ଚଳର ସୋମନାଥ ରଥ(୩୬)। ବିଚାରପତି ତାଙ୍କ ରାୟରେ ଅଭିଯୁକ୍ତ ସୋମନାଥଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ୨୦ ହଜାର ଟଙ୍କା ଜରିମାନା ଦେବାକୁ ସେ ନିର୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅତିରିକ୍ତ ୨ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ବିଚାରପତି ତାଙ୍କ ରାୟରେ ସ୍ପଷ୍ଟ କରିଛନ୍ତି। ସେହିପରି ଜଜ୍‌ ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବା ପାଇଁ ଜିଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି।

ଘଟଣାରୁ ପ୍ରକାଶ ଯେ , ୨୦୧୭ ଏପ୍ରିଲ ୧୪ରେ ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ତାଙ୍କ ମା’ ବଡ଼ ବାପାଙ୍କ ଘରେ ଛାଡ଼ି ମନ୍ଦିର ଯାଇଥିଲେ। ଉକ୍ତ ଦିନ ମଧ୍ୟାହ୍ନରେ ଘରେ କେହି ନ ଥିବା ବେଳେ ନାବାଳିକା ଜଣଙ୍କ ଏକାକୀ ଥିଲେ। ସେହି ସମୟରେ ଉକ୍ତ ନାବାଳିକାଙ୍କ ଜଣେ ସମ୍ପର୍କୀୟ ଦାଦା ଘରକୁ ଆସିଥିଲେ। ସେଠାରେ ସେ ଉକ୍ତ ନାବାଳିକାଙ୍କୁ ଭୟଭୀତ କରାଇ ବଳପୂର୍ବକ ବଳାତ୍କାର କରିଥିଲେ। ଏନେଇ ଅଭିଯୋଗ ପରେ ବଡ଼ଗଡ଼ ପୋଲସ କେସ୍‌ ନମ୍ବର ୧୦୦/୧୭ରେ ସୋମନାଥ ରଥଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମାମଲାର ବିଚାରଣା ବେଳେ ୧୫ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସାକ୍ଷୀମାନଙ୍କ ବୟାନ ଓ ପୋଲିସ ପକ୍ଷରୁ ଦାଖଲ ହୋଇଥିବା ଚାର୍ଜଶିଟ୍‌କୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଜଜ୍‌ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ପିପି ନାରାୟଣ ପଣ୍ଡା ମୋକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?