ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲଦଣ୍ଡ

କେନ୍ଦୁଝର,୨୯ା୧୦(ସ୍ବ.): ସ୍ଥାନୀୟ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ଫାଷ୍ଟଟ୍ରାକ୍‌ କୋର୍ଟ ବିଚାରପତି ଶନିବାର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଜଣେ ଅପରାଧୀକୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଜରିମାନା ଅନାଦେୟ ଅଧକ ୧ବର୍ଷ ଜେଲଦଣ୍ଡ ହୋଇଛି।

ମିଳିଥିବା ସୂଚନାନୁଯାୟୀ, ୨୦୧୯ ମସିହା ଅଗଷ୍ଟ ୧୩ରେ କେନ୍ଦୁଝର ସଦର ଥାନା ମହାଦେବପୁର ଗାଁ ଦାଣ୍ଡରେ ସେହି ଗ୍ରାମର ୯ ବର୍ଷର ନାବାଳିକା ଖେଳୁଥିଲେ। ଏହି ସମୟରେ ସେହି ଗ୍ରାମର ଚୈତନ୍ୟ ମହାନ୍ତ(୫୭) ସେହି ରାସ୍ତା ଦେଇ ଛେଳି ନେଇ ଯାଉଥିଲେ। ତେବେ ଛେଳି ଧରିବା ପାଇଁ କହି ନାବାଳିକାଙ୍କୁ ଡାକିଥିଲେ। ନାବାଳିକା ତାଙ୍କୁ ଚିହ୍ନି ଥିବାରୁ ତାଙ୍କ କଥାରେ ଛେଳି ଧରିବା ପାଇଁ ଚାଲି ଯାଇଥିଲେ। ତେବେ ନାବାଳିକାଙ୍କୁ ଏକାକୀ ପାଇ ଚୈତନ୍ୟ ବଳାତ୍କାର କରିଥିଲେ। ଏଥିସହିତ ଏ ସମ୍ପର୍କରେ କାହାରିକୁ କିଛି ନ କହିବା ପାଇଁ ଧମକ ମଧ୍ୟ ଦେଇ ଚାଲି ଯାଇଥିଲେ। ନାବାଳିକା ରକ୍ତ ଜୁଡୁବୁଡୁ ଅବସ୍ଥାରେ ଘରେ ପହଞ୍ଚିବାରୁ ତାଙ୍କ ମାଆ କ’ଣ ହୋଇଛି ବୋଲି ପଚାରିଥିଲେ। ଫଳରେ ସେ ଘଟଣା ସମ୍ପର୍କରେ ସବୁ କହିଥିଲେ । ତେଣୁ ତାଙ୍କ ମାଆ ସଦର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ପୋଲିସ ଏକ ମାମଲା ରୁଜୁ କରିଥିଲା। ସଦର ଥାନା କେସ୍‌ ନଂ ୨୦୫/୨୦୧୯ ରୁଜୁ କରିଥିଲା। ଅଭିଯୋଗକୁ ଭିତ୍ତିକରି ପୋଲିସ ଚୈତନ୍ୟକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି କେସ୍‌ରେ ଫାଷ୍ଟଟ୍ରାକ କୋର୍ଟ ବିଚାରପତି ମାନସ କୁମାର ମିଶ୍ର ୧୫ ଜଣ ସାକ୍ଷୀଙ୍କ ଅଭିଯୋଗକୁ ଭିତ୍ତି କରି ଚୈତନ୍ୟକୁ ୨୦ବର୍ଷ ସଶ୍ରମ ଜେଲଦଣ୍ଡ ସହିତ ୨୦ ହଜାର ଟଙ୍କା ଜରିମାନା କରିଥିଲେ। ଜରିମାନା ଅନାଦେୟ ଅଧିକ ୧ବର୍ଷ ଜେଲଦଣ୍ଡ ଭୋଗିବାକୁ ପଡ଼ିବ। ସେହିପରି ପୀଡ଼ିତାଙ୍କୁ ୪ଲକ୍ଷ ଟଙ୍କା ସହାୟତା ପ୍ରଦାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏହି କେସକୁ ସରକାରଙ୍କ ପକ୍ଷରୁ ସ୍ପେଶାଲ ପିପି ଜ୍ଞାନେନ୍ଦ୍ରନାଥ ଜେନା ଓ ଏପିପି ପ୍ରଫୁଲ୍ଲ ପାତ୍ର ପରିଚାଳନା କରୁଥିଲେ। ପୀଡ଼ିତା ନାବାଳିକାଙ୍କୁ ଆଇନ ସହାୟତା କେନ୍ଦ୍ରରୁ ୪ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri