ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲଦଣ୍ଡ

କେନ୍ଦୁଝର,୨୯ା୧୦(ସ୍ବ.): ସ୍ଥାନୀୟ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ଫାଷ୍ଟଟ୍ରାକ୍‌ କୋର୍ଟ ବିଚାରପତି ଶନିବାର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଜଣେ ଅପରାଧୀକୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଜରିମାନା ଅନାଦେୟ ଅଧକ ୧ବର୍ଷ ଜେଲଦଣ୍ଡ ହୋଇଛି।

ମିଳିଥିବା ସୂଚନାନୁଯାୟୀ, ୨୦୧୯ ମସିହା ଅଗଷ୍ଟ ୧୩ରେ କେନ୍ଦୁଝର ସଦର ଥାନା ମହାଦେବପୁର ଗାଁ ଦାଣ୍ଡରେ ସେହି ଗ୍ରାମର ୯ ବର୍ଷର ନାବାଳିକା ଖେଳୁଥିଲେ। ଏହି ସମୟରେ ସେହି ଗ୍ରାମର ଚୈତନ୍ୟ ମହାନ୍ତ(୫୭) ସେହି ରାସ୍ତା ଦେଇ ଛେଳି ନେଇ ଯାଉଥିଲେ। ତେବେ ଛେଳି ଧରିବା ପାଇଁ କହି ନାବାଳିକାଙ୍କୁ ଡାକିଥିଲେ। ନାବାଳିକା ତାଙ୍କୁ ଚିହ୍ନି ଥିବାରୁ ତାଙ୍କ କଥାରେ ଛେଳି ଧରିବା ପାଇଁ ଚାଲି ଯାଇଥିଲେ। ତେବେ ନାବାଳିକାଙ୍କୁ ଏକାକୀ ପାଇ ଚୈତନ୍ୟ ବଳାତ୍କାର କରିଥିଲେ। ଏଥିସହିତ ଏ ସମ୍ପର୍କରେ କାହାରିକୁ କିଛି ନ କହିବା ପାଇଁ ଧମକ ମଧ୍ୟ ଦେଇ ଚାଲି ଯାଇଥିଲେ। ନାବାଳିକା ରକ୍ତ ଜୁଡୁବୁଡୁ ଅବସ୍ଥାରେ ଘରେ ପହଞ୍ଚିବାରୁ ତାଙ୍କ ମାଆ କ’ଣ ହୋଇଛି ବୋଲି ପଚାରିଥିଲେ। ଫଳରେ ସେ ଘଟଣା ସମ୍ପର୍କରେ ସବୁ କହିଥିଲେ । ତେଣୁ ତାଙ୍କ ମାଆ ସଦର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ପୋଲିସ ଏକ ମାମଲା ରୁଜୁ କରିଥିଲା। ସଦର ଥାନା କେସ୍‌ ନଂ ୨୦୫/୨୦୧୯ ରୁଜୁ କରିଥିଲା। ଅଭିଯୋଗକୁ ଭିତ୍ତିକରି ପୋଲିସ ଚୈତନ୍ୟକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି କେସ୍‌ରେ ଫାଷ୍ଟଟ୍ରାକ କୋର୍ଟ ବିଚାରପତି ମାନସ କୁମାର ମିଶ୍ର ୧୫ ଜଣ ସାକ୍ଷୀଙ୍କ ଅଭିଯୋଗକୁ ଭିତ୍ତି କରି ଚୈତନ୍ୟକୁ ୨୦ବର୍ଷ ସଶ୍ରମ ଜେଲଦଣ୍ଡ ସହିତ ୨୦ ହଜାର ଟଙ୍କା ଜରିମାନା କରିଥିଲେ। ଜରିମାନା ଅନାଦେୟ ଅଧିକ ୧ବର୍ଷ ଜେଲଦଣ୍ଡ ଭୋଗିବାକୁ ପଡ଼ିବ। ସେହିପରି ପୀଡ଼ିତାଙ୍କୁ ୪ଲକ୍ଷ ଟଙ୍କା ସହାୟତା ପ୍ରଦାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏହି କେସକୁ ସରକାରଙ୍କ ପକ୍ଷରୁ ସ୍ପେଶାଲ ପିପି ଜ୍ଞାନେନ୍ଦ୍ରନାଥ ଜେନା ଓ ଏପିପି ପ୍ରଫୁଲ୍ଲ ପାତ୍ର ପରିଚାଳନା କରୁଥିଲେ। ପୀଡ଼ିତା ନାବାଳିକାଙ୍କୁ ଆଇନ ସହାୟତା କେନ୍ଦ୍ରରୁ ୪ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri