ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

କେନ୍ଦୁଝର,୩୧।୧୦(ସ୍ବ.ପ୍ର.): ଅତିରିକ୍ତ ଜିଲା ଓ ସ୍ବତନ୍ତ୍ର ଜଜ୍‌ ଅନୀଲ କୁମାର ଦତ୍ତ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଜଣେ ୩୧ ବର୍ଷୀୟ ଯୁବକଙ୍କୁ ୨୦ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୨୦ ହଜାର ଟଙ୍କା ଜରିମାନା କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ଯୋଡା ଥାନା ଅଞ୍ଚଳର କିଶୋର ପିଙ୍ଗୁଆ। ଜରିମାନା ଅନାଦେୟ ଅଧିକ ୬ ମାସ ଜେଲଦଣ୍ଡ ଭୋଗିବାକୁ ଆଦେଶ ଦେଇଛନ୍ତି କୋର୍ଟ।

ପ୍ରକାଶ ଯେ, ୨୦୧୮ ଅଗଷ୍ଟ ୨୫ ତାରିଖରେ ଏହି ଘଟଣା ଘଟିଥିଲା। ଅଭିଯୁକ୍ତ ଜଣଙ୍କ ପ୍ରୋଲୋଭନ ଦେଖାଇ ନାବାଳିକାଙ୍କୁ ଜଙ୍ଗଲକୁ ନେଇ ବଳାତ୍କାର କରିଥିଲେ। ଏ ନେଇ ୨୭ ତାରିଖରେ ପୀଡିତାଙ୍କ ପରିବାର ଲୋକ ଥାନାରେ ଲିଖିତ ଏତଲା ଦେବା ପରେ ପୋଲିସ କେସ ନମ୍ବର ୧୪୪/୨୦୧୮ରେ କେସ ରୁଜୁ କରି କିଶୋରଙ୍କୁ ଗିରଫ କରାଯାଇଥିଲା।

ପୋଲିସ ଆଇପିସିର ଦଫା ୩୭୬(ଏ ଓ ବି) ତଥା ପୋକ୍ସୋ ଆଇନର ୬ ଧାରାରେ ମାମଲା ରୁଜୁ କରିଥିଲା ା ୧୬ ଜଣ ସାକ୍ଷୀ ଓ ପୋଲିସ ତଦନ୍ତ ରିପୋର୍ଟକୁ ଭିତ୍ତି କରି କୋର୍ଟ ଏହି ଆଦେଶ ଦେଇଥିବା ସ୍ବତନ୍ତ୍ର ପବ୍ଲିକ୍‌ ପ୍ରସିକ୍ୟୁଟର ଗଣେଶ ପ୍ରସାଦ ମହାପାତ୍ର କହିଛନ୍ତି। ସେହିପରି କ୍ଷତିପୂରଣ ଆଇନ ଅନୁଯାୟୀ ପୀଡିତାଙ୍କୁ ୪ ଲକ୍ଷ ଟଙ୍କା ଦେବାକୁ ଆଦେଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ରାହୁ ଗୋଚର: ଏହି ୩ ରାଶିର ବଦଳିବ ଭାଗ୍ୟ, ୩ ରାଶିର ଭାଗ୍ୟ ଖରାପ

ନୂଆଦିଲ୍ଲୀ,୧୩।୧୨: ୨୦୨୬ ବର୍ଷ କିଛି ରାଶି ପାଇଁ ପରିବର୍ତ୍ତନଶୀଳ ବର୍ଷ ହୋଇପାରେ। ନୂତନ ବର୍ଷରେ ରାହୁ ଦୁଇଥର ନିଜର ସ୍ଥାନ ପରିବର୍ତ୍ତନ କରିବେ। ସମ୍ପତ୍ତି ଲାଭ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

ଭୋ ଭୋ ହୋଇ କାନ୍ଦିଲେ ହେମା ମାଳିନୀ: ୨ ଝିଅଙ୍କ ଆଗରେ ଘଟିଲା…

ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ନିକଟରେ ଦେହାନ୍ତ ହୋଇଥିଲା। ତାଙ୍କ ପରିବାର ଏବେ ବି ଏହି ଆଘାତରୁ ମୁକୁଳିପାରୁନାହିଁ। କିଛି ଦିନ ପୂର୍ବେ ସନ୍ନି ଦେଓଲ...

ନିଜକୁ ଶ୍ରମିକ କହିଲେ ମୋଦି, ଏନଡିଏ ସାଂସଦଙ୍କୁ କଣ ଗୁରୁମନ୍ତ୍ର ଦେଲେ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ଏନଡିଏ ସାଂସଦଙ୍କ ମଧ୍ୟରେ ବୈଠକ ଶେଷ ହୋଇଛି । ମିଡ଼ିଆ ରିପୋର୍ଟ ଅନୁସାରେ, ବୈଠକ ସକରାତ୍ମକ ଏବଂ...

ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ କଡ଼ା ସୁରକ୍ଷାରେ ଚାଲିଛି ଗ୍ରାମସଭା: ଗ୍ରାମବାସୀଙ୍କ ଏସବୁ ଦାବି ପୂରଣ ନ ହେଲେ…

ପାଟଣା,୧୨ା୧୨(ବୀରକିଶୋର ଦାଶ): ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଭୃଙ୍ଗରାଜପୋଷିରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗ୍ରାମସଭା ଅନୁଷ୍ଠିତ ହୋଇଛି। ସ୍ଥାନୀୟ ବାସିନ୍ଦା କହିଛନ୍ତି ଆମ ଭିଟା...

ସନ୍ଦେହଜନକ ଅବସ୍ଥାରେ ବିବାହିତ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ସ୍ବାମୀ ପୋଡି ଦେଇଥିବା ଅଭିଯୋଗ ଆଣିଲେ…

ପାଟଣାଗଡ,ବେଲପଡ଼ା,୧୨/୧୨(ସଚ୍ଚିଦାନନ୍ଦ ମହାକୁର),(ମନୋଜ ମିଶ୍ର): ବଲାଙ୍ଗୀର ଜିଲା ବେଲପଡା ଥାନା କଟାପାଲିରେ ଏକ ଅଭାବନୀୟ ଘଟଣା ଘଟିଛି । ଗାଁର ଜଣେ ବିବାହିତ ମହିଳାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ...

ତେରଗାଁ-ମହାକାଳପଡ଼ା ଲୁଣାନଦୀ ସେତୁ ନିର୍ମାଣ ବନ୍ଦ କଲେ ଲୋକେ

ମହାକାଳପଡ଼ା,୧୨ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତେରଗାଁ ସେତୁ ନିର୍ମାଣ କାର୍ଯ୍ୟ ଅଗ୍ରଗତି ହେଉଛି। କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏହି ନିର୍ମାଣ କାର୍ଯ୍ୟକୁ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ DGCAର ବଡ଼ ଆକ୍ସନ, ସସପେଣ୍ଡ ହେଲେ ୪ ଇନ୍ସପେକ୍ଟର

ନୂଆଦିଲ୍ଲୀ,୧୨।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଦ୍ୱାରା ସମ୍ମୁଖୀନ ହେଉଥିବା ପରିଚାଳନାଗତ ସମସ୍ୟାର ପ୍ରାରମ୍ଭିକ ତଦନ୍ତ ପରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri