ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

କେନ୍ଦୁଝର,୩୧।୧୦(ସ୍ବ.ପ୍ର.): ଅତିରିକ୍ତ ଜିଲା ଓ ସ୍ବତନ୍ତ୍ର ଜଜ୍‌ ଅନୀଲ କୁମାର ଦତ୍ତ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଜଣେ ୩୧ ବର୍ଷୀୟ ଯୁବକଙ୍କୁ ୨୦ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୨୦ ହଜାର ଟଙ୍କା ଜରିମାନା କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ଯୋଡା ଥାନା ଅଞ୍ଚଳର କିଶୋର ପିଙ୍ଗୁଆ। ଜରିମାନା ଅନାଦେୟ ଅଧିକ ୬ ମାସ ଜେଲଦଣ୍ଡ ଭୋଗିବାକୁ ଆଦେଶ ଦେଇଛନ୍ତି କୋର୍ଟ।

ପ୍ରକାଶ ଯେ, ୨୦୧୮ ଅଗଷ୍ଟ ୨୫ ତାରିଖରେ ଏହି ଘଟଣା ଘଟିଥିଲା। ଅଭିଯୁକ୍ତ ଜଣଙ୍କ ପ୍ରୋଲୋଭନ ଦେଖାଇ ନାବାଳିକାଙ୍କୁ ଜଙ୍ଗଲକୁ ନେଇ ବଳାତ୍କାର କରିଥିଲେ। ଏ ନେଇ ୨୭ ତାରିଖରେ ପୀଡିତାଙ୍କ ପରିବାର ଲୋକ ଥାନାରେ ଲିଖିତ ଏତଲା ଦେବା ପରେ ପୋଲିସ କେସ ନମ୍ବର ୧୪୪/୨୦୧୮ରେ କେସ ରୁଜୁ କରି କିଶୋରଙ୍କୁ ଗିରଫ କରାଯାଇଥିଲା।

ପୋଲିସ ଆଇପିସିର ଦଫା ୩୭୬(ଏ ଓ ବି) ତଥା ପୋକ୍ସୋ ଆଇନର ୬ ଧାରାରେ ମାମଲା ରୁଜୁ କରିଥିଲା ା ୧୬ ଜଣ ସାକ୍ଷୀ ଓ ପୋଲିସ ତଦନ୍ତ ରିପୋର୍ଟକୁ ଭିତ୍ତି କରି କୋର୍ଟ ଏହି ଆଦେଶ ଦେଇଥିବା ସ୍ବତନ୍ତ୍ର ପବ୍ଲିକ୍‌ ପ୍ରସିକ୍ୟୁଟର ଗଣେଶ ପ୍ରସାଦ ମହାପାତ୍ର କହିଛନ୍ତି। ସେହିପରି କ୍ଷତିପୂରଣ ଆଇନ ଅନୁଯାୟୀ ପୀଡିତାଙ୍କୁ ୪ ଲକ୍ଷ ଟଙ୍କା ଦେବାକୁ ଆଦେଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri