ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଗୁରୁବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ନିରଞ୍ଜନ କାରୁଆଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ତାଙ୍କୁ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି । ଜରିମାନା ଅନାଦାୟ ଅଧିକ ୬ ମାସ ଜେଲଦଣ୍ଡ ଭୋଗିବାକୁ ପଡିବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପୀଡିତାଙ୍କୁ ୪ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିବାକୁ କୋର୍ଟ କହିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ୨୦୨୦ ଅଗଷ୍ଟ ୧୯ ତାରିଖରେ କେନ୍ଦୁଝର ଟାଉନ ଥାନା ଅଞ୍ଚଳର ଜଣେ ନାବାଳିକା ଶୌଚ ପାଇଁ ବାହାରକୁ ଯାଇଥିଲେ । ହେଲେ ସେ ଆଉ ଘରକୁ ଫେରି ନ ଥିଲେ। ଏନେଇ ନାବାଳିକାଙ୍କ ବାପା ଘଟଣାର ୩ ଦିନ ପରେ ଟାଉନ ଥାନାରେ ଏକ ଏତଲା ଦେଇଥିଲେ । ପାଟଣା ଥାନା ଉଦୟପୁର ଗ୍ରାମର ନିରଞ୍ଜନ କାରୁଆ(୨୦) ନାବାଳିକା ଝିଅଙ୍କୁ ଅପହରଣ କରିଥିବା ସେ ଏତଲାରେ ଦର୍ଶାଇଥିଲେ । ଏନେଇ ଟାଉନ ପୋଲିସ ଏକ ମାମଲା(ନଂ.୨୧୯/୨୦୨୦) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

ପୋଲିସ ତଦନ୍ତ ପରେ ଅଭିଯୁକ୍ତ ନିଜ ଗ୍ରାମ ଉଦୟପୁରକୁ ଆସିଥିବା ଖବର ପାଇଥିଲା। ଏନେଇ ପୋଲିସ ଟିମ୍‌ ଚଢାଉ କରି ଅଭିଯୁକ୍ତ ନିରଞ୍ଜନଙ୍କୁ ଗିରଫ କରି ନାବାଳିକାଙ୍କୁ ଉଦ୍ଧାର କରିଥିଲା। ଅପହରଣ କରି ନାବାଳିକାକୁ ଜୋରଜବରଦସ୍ତ ବଳାତ୍କାର ସହ ବିବାହ କରିଥିବା ନେଇ ପୋଲିସ ନିକଟରେ ନାବାଳିକା ପ୍ରକାଶ କରିଥିଲେ। କେନ୍ଦୁଝର ଫାଷ୍ଟଟ୍ରାକ କୋର୍ଟ ୧୭ଜଣ ସାକ୍ଷୀଙ୍କ ବୟାନ ଶୁଣିବା ପରେ ଗୁରୁବାର ନିରଞ୍ଜନଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡ ସହିତ ୧୦ ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି । ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଜ୍ଞାନେନ୍ଦ୍ରନାଥ ଜେନା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri