ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ: ପୀଡିତାଙ୍କୁ ୫ ଲକ୍ଷ ଆର୍ଥିକ ସହାୟତା ଦେବାକୁ ନିର୍ଦ୍ଦେଶ

ବ୍ରହ୍ମପୁର,୩୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍ସୋ ଜଜ ପ୍ରଣତୀ ପଟ୍ଟନାୟକ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଲେ ଖଲ୍ଲିକୋଟ ଥାନା କେନ୍ଦୁପାଟ ଗାଁର ପ୍ରଶାନ୍ତ ନାହାକ(୩୦)। ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ଜଜ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ସେହିପରି ଜରିମାନା ବାବଦକୁ ୧୨ ହଜାର ଟଙ୍କା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅତିରିକ୍ତ ୧ ବର୍ଷ ୩ ମାସ ସଶ୍ରମ କାରାଦଣ୍ଡ ଭୋଗିବାକୁ ନିର୍ଦ୍ଦେଶ ରହିଛି। ସେହିପରି ପୀଡିତାଙ୍କୁ ୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବାକୁ ଜିଲା ଆଇନ ସେବା ପ୍ରାଧିକରଣ ସଚିବଙ୍କୁ ପୋକସ ଜଜ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ସ୍ବତନ୍ତ୍ର ପିପି ନାରାୟଣ ପଣ୍ଡା ସୂଚନା ଦେଇଛନ୍ତି।

ଘଟଣାରୁ ପ୍ରକାଶ ଯେ, ୨୦୨୨ ମଇ ୧୪ରେ ଖଲ୍ଲିକୋଟ ଅଞ୍ଚଳର ଜଣେ ନାବାଳିକା ଘରେ ଏକାକୀ ଥିବା ଉପରୋକ୍ତ ଅଭିଯୁକ୍ତ ଘରେ ପଶି ତାଙ୍କୁ ବଳପୂର୍ବକ ବଳାତ୍କାର କରିଥିଲେ। ପୀଡିତାଙ୍କ ମା’ ଏନେଇ ଖଲ୍ଲିକୋଟ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏ ସଂକ୍ରାନ୍ତରେ ୨୯୯/୨୨ରେ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ କରି ଅଭିଯୁକ୍ତ ପ୍ରଶାନ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ମାମଲାର ବିଚାରବେଳେ ୧୪ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସୋମବାର ରାୟ ପ୍ରକାଶ ବେଳେ ଜାମିନରେ ଥିବା ପ୍ରଶାନ୍ତ କୋର୍ଟରେ ହାଜର ହୋଇଥିଲେ। ସାକ୍ଷୀଙ୍କ ବୟାନ ଓ ପୋଲିସର ଚାର୍ଜସିଟକୁ ଆଧାର କରି ପୋକସ ଜଜ ଉପରେକ୍ତ ରାୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri