ଦୋଷୀଙ୍କୁ ୨୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୨୮।୯: ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ମଙ୍ଗଳବାର ବାଲେଶ୍ୱର ଜିଲା ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ବିଚାରପତି ରଞ୍ଜନ କୁମାର ସୂତାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨୦ବର୍ଷ ଜେଲ ଦଣ୍ଡ ସହ ୧୦ହଜାର ଟଙ୍କା ଜରିମାନା ଆଦେଶ ଦିଆଯାଇଛି। ଜରିମାନା ଅନାଦେୟ ଆଉ ୨ବର୍ଷ ଜେଲ୍‌ଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି। ଏଥିସହିତ ପୀଡ଼ିତାଙ୍କୁ ୫ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ ପାଇଁ ଜିଲା ଲିଗାଲ ଆଇନ୍‌ ସେବା ପ୍ରାଧିକରଣକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
୨୦୧୯ ସେପ୍ଟେମ୍ବର ୧୭ ତାରିଖରେ ବାଲେଶ୍ୱର ଜିଲା ସିଂଲା ଥାନା ଅଞ୍ଚଳର ୪ ବର୍ଷୀୟା ନାବାଳିକାଙ୍କୁ ସଞ୍ଜୟ ଦାସ (୪୨) ନାମକ ବ୍ୟକ୍ତି ପିଇବା ପାଇଁ ପାଣି ମାଗିଥିଲେ। ନାବାଳିକା ଜଣକ ପାଣି ଆଣି ଦେବା ସମୟରେ ସଞ୍ଜୟ ଏହାର ସୁଯୋଗ ନେଇ ତାଙ୍କୁ ଘର ଭିତରକୁ ନେଇ ବଳାତ୍କାର କରିଥିଲେ। ଏ ସମ୍ପର୍କରେ ନାବାଳିକା ଜଣକ କାନ୍ଦି କାନ୍ଦି ତାଙ୍କ ମା’ଙ୍କୁ କହିଥିଲେ। ଏନେଇ ଗ୍ରାମରେ ବୈଠକ ବସିଥିଲା। ନାବାଳିକାଙ୍କୁ ନେଇ ପରିବାର ଲୋକେ ଡାକ୍ତରଖାନାକୁ ନେଇ ଚିକିତ୍ସା କରାଇଥିଲେ। ଏନେଇ ନାବାଳିକାଙ୍କ ପରିବାର ଲୋକେ ସଞ୍ଜୟଙ୍କୁ ପଚାରିବାରୁ ସେ ଓଲଟା ଗାଳିଗୁଲଜ କରିବା ସହ ଧମକ ଦେଇଥିଲେ। ପରେ ନାବାଳିକାଙ୍କ ପରିବାର ଲୋକେ ସିଂଲା ଥାନାରେ ଦ୍ୱାରସ୍ଥ ହୋଇ ଲିଖିତ ଅଭିଯୋଗ କରିଥିଲେ। ଉକ୍ତ ମାମଲା ବାଲେଶ୍ୱର ପୋକ୍‌ସୋ କୋର୍ଟରେ ବିଚାରଧୀନ ଥିବା ବେଳେ ମଙ୍ଗଳବାର ରାୟ ପ୍ରକାଶ ପାଇଛି। ୧୨ ଜଣ ସାକ୍ଷ୍ୟ ଓ ୧୪ ଦଲିଲ ଦସ୍ତାବିଜକୁ ଭିତ୍ତି କରି ଜଜ୍‌ ଉପରୋକ୍ତ ରାୟ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ପ୍ରଣବ କୁମାର ପଣ୍ଡା ମକଦ୍ଦମାକୁ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri