ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

ଫୁଲବାଣୀ,୧୫ା୧୧(ରାକେଶ କୁମାର ରାଉତ): ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ବୁଧବାର ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା ଏବଂ ଏହା ଅନାଦାୟ ଅଧିକ ୬ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବାଲିଗୁଡ଼ା ଥାନା ବାରଖମା ଅଞ୍ଚଳର ଅଶୋକ କୁମାର ନାୟକ ଓରଫ ଆଶିଷ।
ସୂଚନନେୁସାରେ, ୨୦୨୦ ଜାନୁୟାରୀ ୧୨ରେ କ.ନୂଆଗଁା ଥାନା ଅଞ୍ଚଳର ଜଣେ ନାବାଳିକା ବାଲିଗୁଡ଼ା ଯାଇଥିଲେ। ଅଶୋକ ମଧ୍ୟ ସେଠାକୁ ଆସିଥିଲେ। ସେ ନାବାଳିକାଙ୍କୁ ବଳପୂର୍ବକ ଅପହରଣ କରି ନେଇଥିଲେ। ଝିଅ ଘରକୁ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ପରେ ଝିଅକୁ ଅଶୋକ ନେଇଯାଇ ବିବାହ କରିଥିବା ପରିବାର ଲୋକେ ଖବରପାଇ କ.ନୂଆଗଁା ଥାନାରେ ଏତଲା ଦେଇଥିଲେ। ଏ ନେଇ ପୋଲିସ ୩/୨୦ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଅଶୋକଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ଏହି ଘଟଣାରେ ୧୫ ଜଣଙ୍କ ସାକ୍ଷ୍ୟ ପ୍ରମାଣ, ଡାକ୍ତରୀ ରିପୋର୍ଟକୁ ଆଧାର କରି ବିଚାରପତି ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହିତ ପୀଡ଼ିତାଙ୍କ ପରିବାରକୁ ଆଇନସେବା ପ୍ରାଧିକରଣ ତରଫରୁ ୬ ଲକ୍ଷ ଟଙ୍କା କ୍ଷତି ପୂରଣ ରାଶି ଯୋଗାଇ ଦେବାଲାଗି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଗାଡ଼ିରୁ ଡେଇଁଲେ ଯାତ୍ରୀ! ଏହି ସମୟରେ ପିଟିଦେଲା ଅନ୍ୟ ଏକ ଟ୍ରେନ, ୪ମୃତ

ଭୋପାଳ,୧୪।୬: ମଧ୍ୟପ୍ରଦେଶର ମୋରେନାରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିବାର ଗୁଜବ ଶୁଣି ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିଥିଲେ…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri