ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

କେନ୍ଦୁଝର,୧୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଜଜ୍‌ ଶୁଭଶ୍ରୀ ତ୍ରିପାଠୀ ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ୨୦ ବର୍ଷ ଯୁବକ ମହା ଟୁଡୁଙ୍କୁ ୨୦ ବର୍ଷ ଜେଲ ଓ ୨୩ ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି। ଫାଇନ ଅନାଦେୟ ଆଉ ଏକ ବର୍ଷ ତିନି ମାସ ଦଣ୍ଡ ଆଦେଶ କରିଛନ୍ତି।

ପ୍ରକାଶ ଯେ, ୧୦ ମେ’ ୨୦୧୯ରେ ନାବାଳିକା ତାଙ୍କ ପିଉସୀଙ୍କ ଘରକୁ ମେଳା ଦେଖିବାକୁ ଯାଇଥିବା ବେଳେ ରାତିରେ ମହା ତାଙ୍କୁ ଉଠାଇ ଘରକୁ ନେଇଯାଇଥିଲେ। ସେଠାରେ ବିବାହର ପ୍ରତଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର କରିଥିଲେ। ଘରକୁ ନ ଫେରିବାରୁ ପରିବାର ଲୋକ ଖୋଜାଖୋଜି କରି ଦୋଷୀଙ୍କ ଘରୁ ପାଇଥିଲେ। ତେବେ ଦୋଷୀ ସେମାନଙ୍କୁ ମାରଧର କରିବାରୁ ପରିବାର ଲୋକେ ଆନନ୍ଦପୁର ଥାନାରେ ଏତଲା ଦେଇଥିଲେ। ପୋଲିସ କେସ୍‌ ନମ୍ବର ୯୧/୨୦୧୯ ରେ ପୋକ୍ସୋ ଆଇନରେ ମାମଲା ରଜୁ କରି ମହାଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ଏ ନେଇ ୧୬ ଜଣ ସାକ୍ଷୀଙ୍କ ବୟାନ ଓ ପୋଲିସ ରିପୋର୍ଟକୁ ଆଧାର କରି ଉପରୋକ୍ତ ଦଣ୍ଡାଦେଶ କରିଥିବା ସତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଗଣେଶ ପ୍ରସାଦ ମହାପାତ୍ର କହିଛନ୍ତି। ସେହିପରି ପୀଡ଼ିତାଙ୍କୁ ୬ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ମାନ୍ୟବର କୋର୍ଟ ଆଦେଶ କରିଥିବା ଶ୍ରୀ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ମନ୍ଦିର ଟ୍ରଷ୍ଟିରେ ବଡ଼ ହଲଚଲ: ମହାସଚିବଙ୍କ ସମେତ ୨ଜଣଙ୍କ ଇସ୍ତଫା

ଲକ୍ଷ୍ନୌ,୨୬।୬: ରାମ ମନ୍ଦିର ଦାନ ଚୋରି ମାମଲାର SIT ତଦନ୍ତ ପରେ ମାମଲା ରୁଜୁ ହୋଇଛି। ଏହି ପରିପ୍ରେକ୍ଷୀରେ ରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ…

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ…

ଠିକ୍‌ ୪ଟା ବାଜିଲେ କାହିଁକି ହୁଏ ବର୍ଷା? ରହସ୍ୟ ଜାଣି ଚମକି ପଡିଲେ ବୈଜ୍ଞାନିକ

ବିଶ୍ୱ ଅନେକ ଅନନ୍ୟ ଏବଂ ଆଶ୍ଚର୍ଯ୍ୟଜନକ ପାଣିପାଗ ଘଟଣା ଦେଖିଥାଏ, କିନ୍ତୁ ବିଷୁବ ରେଖା ନିକଟରେ ଘଟୁଥିବା ଏକ ଘଟଣା ବୈଜ୍ଞାନିକ ଏବଂ ସାଧାରଣ ଲୋକଙ୍କୁ ଉଭୟଙ୍କୁ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: PNG କନେକ୍ସନ ନେଲେ ବି ମିଳିବ LPG, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଏବେ ଲୋକଙ୍କୁ PNG (Pipe Natural Gas) କନେକ୍ସନ ନେବାକୁ ହେବ। ଅନ୍ୟପଟେ ଯେଉଁମାନେ PNG କନେକ୍ସନ ନେବେ, ସେମାନଙ୍କୁ…

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୨୬।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ ଲିକ୍‌ ଘଟଣାରେ ଶୁକ୍ରବାର ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍‌ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri