ବଳାତ୍କାର ମାମଲାରେ ୨୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ୍‌ଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସଦର ଥାନା ଅନ୍ତର୍ଗତ ଉପରକାଇପୁର ଗ୍ରାମର ଅଭିଯୁକ୍ତ ସଞ୍ଜୁ ଦେହୁରୀ(୩୦)ଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ହଜାର ଟଙ୍କା ଜରିମାନା ଏବଂ ଅନାଦେୟ ଅଧିକ ୬ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।

ଘଟଣାରୁ ପ୍ରକାଶ ଯେ, ୨୦.୯.୨୦୨୦ ସନ୍ଧ୍ୟାରେ ଏତଲାକାରୀଙ୍କ ନାବାଳିକା ଭଉଣୀଙ୍କୁ ସେହି ଗ୍ରାମର ଅଭିଯୁକ୍ତ ସଞ୍ଜୁ ଦେହୁରୀ ଅପହରଣ କରି ନେଇ ତାଙ୍କ ମାଉସୀ ଘର ଗ୍ରାମରେ ରଖି ବାରମ୍ବାର ବଳାତ୍କାର କରିଥିଲେ। ଏ ବିଷୟରେ ପୀଡ଼ିତାଙ୍କ ଭାଇ ଥାନାରେ ଏକ ନିଖୋଜ ଲିଖିତ ତା ୨୩.୦୯.୨୦୨୦ ରିଖରେ ଅଭିଯୋଗ କରିବା ପରେ ସଦର ଥାନାରେ କେସ୍‌ ନଂ ୨୮୯ ତା ୨୩.୦୯.୨୦୨୦ ରେ ମାମଲା ରୁଜୁ ହୋଇ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ପୀଡ଼ିତାଙ୍କୁ ଉଦ୍ଧାର କରିଥିଲା। ପୀଡ଼ିତାଙ୍କ ସହ ଅଭିଯୁକ୍ତଙ୍କ ବୟାନ ରେକର୍ଡ ହେବା ପରେ ଅଭିଯୁକ୍ତଙ୍କୁ ପୋକ୍ସୋ ଆକ୍ଟରେ କୋର୍ଟ ଚାଲାଣ କରାଯାଇଥିଲା। ଶନିବାର ୧୪ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ପୋକ୍ସୋ କୋର୍ଟର ବିଚାରପତି ଅଭିଯୁକ୍ତଙ୍କୁ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି ଏବଂ ପୀଡ଼ିତାଙ୍କୁ ୫ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ ନିମନ୍ତେ ସୁପାରିସ କରିଛନ୍ତି। ସରକାରଙ୍କ ତରଫରୁ ସ୍ବତନ୍ତ୍ର ପିପି ଜ୍ଞାନେନ୍ଦ୍ର ଜେନା କେସ୍‌ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?