ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୫ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅଞ୍ଚଳରେ ଜଣେ ୫ ବର୍ଷର ନାବାଳିକାକୁ ବଳାତ୍କାର କରିବା ଘଟଣାରେ ଅଭିଯୁକ୍ତଙ୍କ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି କେନ୍ଦୁଝର ଜିଲା ଫାଷ୍ଟ ଟ୍ରାକ୍‌ କୋର୍ଟର ବିଚାରପତି ମାନସ କୁମାର ମିଶ୍ର। ଏହି ଘଟଣାରେ ଅଭିଯୁକ୍ତଙ୍କୁ ୧୦ ହଜାର ଟଙ୍କା ଆର୍ଥିକ ଜରିମାନା ପ୍ରଦାନ କରାଯାଇଥିବା ବେଳେ ଜୋରିମାନା ଅନାଦେୟ ଅଧିକ ୬ ମାସ ସଶ୍ରମ କାରାଦଣ୍ଡ ରାୟ ପ୍ରଦାନ ହୋଇଛି ା

ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୧୭ ମାର୍ଚ୍ଚ ୧୩ରେ ଏହି ଗ୍ରାମରେ ଥିବା ମାମୁଘରକୁ ନିଜ ମା’ଙ୍କ ସହ ଆସିଥିବା ଜଣେ ୫ ବର୍ଷର ନାବାଳିକା ବାହାରେ ଖେଳୁଥିବା ସମୟରେ ସେହି ଗ୍ରାମର ଘନଶ୍ୟାମ ପାତ୍ର (୨୮) ହୋଲି ଖେଳିବାକୁ ଡାକିନେଇ ସ୍କୁଲ ଘର ପାଇଖାନାରେ ବଳାତ୍କାର କରି ମୁମୂର୍ଷୁ ଅବସ୍ଥାରେ ଛାଡ଼ି ପଳାଇଥିଲେ। ନାବାଳିକା କାନ୍ଦି କାନ୍ଦି ଘରକୁ ଆସି ମାଆଙ୍କୁ ସବୁ ଘଟଣା କହିଥିଲା ମା’ଙ୍କ ଏତଲାକୁ ଆଧାର କରି ସଦର ପୋଲିସ କେସ୍‌ ନଂ ୯୩/୧୭ରେ ଓ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେବେଠାରୁ ସେ ବିଚାରାଧୀନ ବନ୍ଦୀ ଭାବେ କେନ୍ଦୁଝର ଜିଲା କାରାଗାରରେ ଥିଲେ। ଆଜି ଏହି ମାମଲାର ବିଚାର ହୋଇ ୧୬ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଅଭିଯୁକ୍ତଙ୍କୁ ଶନିବାର ଦିନ କୋର୍ଟ ଏହି ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ସରକାରଙ୍କ ତରଫରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଜ୍ଞାନେନ୍ଦ୍ର ନାଥ ଜେନା ମାମଲା ପରିଚାଳନା କରୁଥିଲେ। ପୀଡ଼ିତାଙ୍କୁ ଆଇନ ସହାୟତା କେନ୍ଦ୍ର ତରଫରୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରିବା ପାଇଁ ଆଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri