ହତ୍ୟାକାରୀଙ୍କୁ ୨୦ ବର୍ଷ ଜେଲ

ଭବାନୀପାଟଣା,୨।୧୦(ସ୍ବ.ପ୍ର.): ଦୀର୍ଘ ୮ ବର୍ଷ ପରେ କଳାହାଣ୍ଡି ଜିଲା ସଦର ଥାନା ଅଞ୍ଚଳର ଜଣେ ନାବାଳିକା ବଳାତ୍କାର ଏବଂ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଭବାନୀପାଟଣା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ସୁବ୍ରତ କୁମାର ପଟ୍ଟନାୟକ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସାଙ୍ଗକୁ ୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଏହା ଅନାଦାୟ ଅଧିକ ୧୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗିବାକୁ ନିର୍ଦ୍ଦେଶରେ ଉଲ୍ଲେଖ କରିଛନ୍ତି।

ଅଭିଯୋଗ ମୁତାବକ, ୨୦୧୪ରେ ଭବାନୀପାଟଣା ସଦର ଥାନା ଅଞ୍ଚଳର ଜଣେ ନାବାଳିକା ଚାଷଜମିରୁ ଫେରୁଥିବା ବେଳ ଏକୁଟିଆ ଦେଖି ମନସ୍କାଗାଁର ଅଭିଯୁକ୍ତ ଡମେଝରନ ମାଝି ତାଙ୍କୁ ବଳାତ୍କାର କରି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ୨୦୧୪ ଅଗଷ୍ଟ ୧୧ରେ ଭବାନୀପାଟଣା ସଦର ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଘଟଣାର ତଦନ୍ତ କରି ପୋଲିସ ଅଭିଯୁକ୍ତ ଡମେଝରନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାକୁ ସ୍ବତନ୍ତ୍ର ସରକାରୀ ଓକିଲ ରୋହିତ ମିଶ୍ର ପରିଚାଳନା କରିଥିଲେ। ତେବେ ଘଟଣାର ୮ ବର୍ଷ ପରେ ଅଭିଯୁକ୍ତଙ୍କୁ ଜେଲ ଦଣ୍ଡାଦେଶ ହେବା ପରେ ମୃତାଙ୍କ ପରିବାର ଲୋକେ ଆଶ୍ବସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?