Posted inଜାତୀୟ

୨୦ ବର୍ଷର ଲୋକସେବା: ମୁଖ୍ୟମନ୍ତ୍ରୀରୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୭।୧୦: ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଲୋକସେବାକୁ ୨୦ ବର୍ଷ ପୂରଣ ହୋଇଛି। ଇତିମଧ୍ୟରେ ସେ ମୁଖ୍ୟମନ୍ତ୍ରୀରୁ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୦୧ ଅକ୍ଟୋବର ୭ରେ ସେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ସେହିଦିନଠାରୁ ମୋଦିଙ୍କ ଦେଶସେବା ଆରମ୍ଭ ହୋଇଥିଲା। ମୋଦିଙ୍କ ନେତୃତ୍ୱରେ ଭାଜପା ଗୁଜରାଟରେ ୨୦୦୨, ୨୦୦୭ ଏବଂ ୨୦୧୨ରେ କ୍ଷମତା ଦଖଲ କରିଥିଲା। ଏହାପରେ ମୋଦି ରାଜ୍ୟରୁ କେନ୍ଦ୍ର ମୁହାଁ ହୋଇଥିଲେ। ୨୦୧୩ରେ ଭାଜପା ପକ୍ଷରୁ ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲା। ମୋଦିଙ୍କ ନେତୃତ୍ୱରେ ଭାଜପା ୨୦୧୪ରେ କେନ୍ଦ୍ରରେ କ୍ଷମତା ହାସଲ କରିଥିଲା। ଏହାପରେ ପୁଣି ୨୦୧୯ରେ ଭାଜପା ବିପୁଳ ଭୋଟରେ ବିଜୟ ଲାଭ କରିଥିଲା। ମୋଦିଙ୍କ ୨୦ ବର୍ଷର ଲୋକସେବା ସଫଳତା ପାଇଁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସମେତ ବହୁ ବରିଷ୍ଠ ନେତା ଏବଂ ବୁଦ୍ଧିଜୀବୀ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri