ନାବାଳିକା ବଳାତ୍କାରୀଙ୍କୁ ୨୦ବର୍ଷ ସଶ୍ରମ ଜେଲଦଣ୍ଡ

ସୁନ୍ଦରଗଡ,୨୬।୧(ଜୟ ନାରାୟଣ ମେଣ୍ଡୁଳି):ସୁନ୍ଦରଗଡ଼ ପୋକ୍ସୋ ଅଦାଲତର ବିଚାରପତି ଜ୍ଞାନରଞ୍ଜନ ପଟ୍ଟନାୟକ ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣିକରି ଅଭିଯୁକ୍ତ ଶିବଶଙ୍କର ବରୁଆ(୩୨)ଙ୍କୁ ୨୦ ବର୍ଷ ସଶ୍ରମ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧ ଲକ୍ଷ ଟଙ୍କା ଜରିମାନା ଓ ଜରିମାନା ଅନାଦେୟ ଅଧିକ ୧ବର୍ଷ ଜେଲଦଣ୍ଡ ପାଇଁ ତାଙ୍କ ରାୟରେ ଆଦେଶ କରିଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ୨୦୨୧ ମେ ୫ ତାରିଖ ଅପରାହ୍ନ ପ୍ରାୟ ୫ଟାବେଳେ କିଞ୍ଜିରିକେଲା ଥାନା ଅଞ୍ଚଳର ପୀଡିତା ୯ ବର୍ଷୀୟା ନାବାଳିକା ଜଣକ ତାଙ୍କ ସାଙ୍ଗମାନଙ୍କ ସହ ଖେଳୁଥିଲେ। ଏହି ସମୟରେ ଶିବଶଙ୍କର ତାଙ୍କୁ ଫୁସୁଲେଇ ଟେକି ନେଇ ପାଖରେ ଥିବା ବୁଦାମୂଳେ ତାଙ୍କୁ ବଳାତ୍କାର କରି ଫେରାର ହୋଇଯାଇଥିଲେ। ଏହାପରେ ପୀଡ଼ିତାଙ୍କ ଜଣେ ପିଉସୀ ତାଙ୍କୁ ଦେଖି ତାଙ୍କ ମାଆଙ୍କୁ ଖବର ଦେଇଥିଲେ। ଖବର ପାଇ ତାଙ୍କ ମାଆ ସେଠାରେ ପହଞ୍ଚିଥିଲେ। ସେତେବେଳେ ଝିଅ କାନ୍ଦୁଥିବା ଓ ତାଙ୍କ ପ୍ୟାଣ୍ଟରେ ରକ୍ତ ଦେଖି ଘରକୁ ନେଇ ଝିଅକୁ ପଚାରିବା ପରେ ତା’ସହ ହୋଇଥିବା ଅନୈତିକ ଘଟଣା ସମ୍ପର୍କରେ କହିଥିଲା।
ପରଦିନ ପୀଡିତା ନାବାଳିକାଙ୍କ ମାଆ ଏ ସମ୍ପର୍କରେ କିଞ୍ଜିରିକେଲା ଥାନାରେ ରିପୋର୍ଟ କରିଥିଲେ। ରିପୋର୍ଟ ପରେ ପୋଲିସ କିଞ୍ଜିରିକେଲା ଥାନାରେ କେସ୍‌ ନମ୍ବର ୪୫/୨୦୨୧ରେ ଏକ ମାମଲା ରୁଜୁକରି ନାବାଳିକାର ଡାକ୍ତରୀମାଇନା ଓ ବୟାନ ରେକର୍ଡ ପରେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବିଚାରପତି ୧୯ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରିବା ପରେ ଶନିବାର ଏହି ମାମଲାର ଶୁଣାଣି କରିଥିଲେ। ସ୍ବତନ୍ତ୍ର ପୋକ୍ସୋ କୋର୍ଟର ବିଚାରପତି ପୀଡିତାଙ୍କୁ ୭ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ ସକାଶେ ଜିଲା ଆଇନସେବା ପ୍ରାଧିକରଣଙ୍କୁ ଆଦେଶ କରିଛନ୍ତି। ସ୍ବତନ୍ତ୍ର ପୋକ୍ସୋ କୋର୍ଟର ପବ୍ଲିକ ପ୍ରସିକ୍ୟୁଟର ଦେବାଶିଷ ମିଶ୍ର ସରକାରଙ୍କ ତରଫରୁ ମାମଲା ପରିଚାଳନା କରୁଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?