ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୨୧ା୨: ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାରେ ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ମାମଲାର ବିଚାର କରି ସୋମବାର ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୪୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦାୟ ଅଧିକ ୧ ବର୍ଷ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ସେହିପରି ପୀଡ଼ିତାଙ୍କୁ ୬ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି ା ଅଭିଯୁକ୍ତ ଜଣକ ହେଲେ ଫିରିଙ୍ଗିଆ ଥାନା ପବିଙ୍ଗିଆ ଗ୍ରାମର ସୁନୀଲ ଦିଗାଲ।
ସୂଚନା ଅନୁସାରେ, ଅଭିଯୁକ୍ତ ସୁନୀଲ ଏକ ଠିକା କମ୍ପାନୀର ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ। ରାଇକିଆ ଅଞ୍ଚଳର ନାବାଳିକାଙ୍କ ସହ ତାଙ୍କର ପରିଚୟ ହୋଇଥିଲା। ୨୦୧୯ ସେପ୍ଟେମ୍ବର ୩ ତାରିଖରେ ନାବାଳିକାଙ୍କ ଘରେ କେହି ନ ଥିଲେ। ସୁନୀଲ ଏହାର ସୁଯୋଗ ନେଇ ତାଙ୍କୁ ବାଇକ୍‌ରେ ବୁଲିବାକୁ ନେଇ ଯାଇଥିଲେ। ପରେ ସେ ପୀଡିତାଙ୍କୁ ନିଜ ଘରକୁ ନେଇଯାଇ ତାଙ୍କ ଇଚ୍ଛା ବିରୋଧରେ ଶାରୀରିକ ସମ୍ପର୍କ ରଖିଥିଲେ। ୧୨ ତାରିଖରେ ପୀଡିତା କୌଣସି ପ୍ରକାରେ ଘରକୁ ଫେରି ଆସି ନିଜ ଘରେ ପହଞ୍ଚତ୍ି ଘଟଣା ବିଷୟରେ ଘରଲୋକଙ୍କୁ ଜଣାଇଥିଲେ ା ଏ ନେଇ ତାଙ୍କ ବାପା ୧୩ ତାରିଖରେ ରାଇକିଆ ଥାନାରେ ଏତଲା ଦେଇଥିଲେ। ପୋଲିସ ନଂ.୬୧/୧୯ରେ ମାମଲା ରୁଜୁ କରି ସୁନୀଲଙ୍କୁ କୋର୍ଟ ଚାଲାଣ କରିଥିଲା। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ମାମଲା
ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ୧ଲକ୍ଷ ୫୦୦ ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri