ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୭ା୩: ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା କରାଯାଇଛି। ଏହା ଅନାଦାୟ ଅଧିକ ୬ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ସେହିପରି ପୀଡିତାଙ୍କୁ ୬ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅଭିଯୁକ୍ତ ଜଣକ ହେଲେ ରାୟଗଡା ଜିଲା ଆମ୍ବଦୋଳା ଥାନା ବଡମୁଦ୍ରା ଗ୍ରାମର ସୁନୀଲ ସପାକ ।
ପ୍ରକାଶ ଯେ, ୨୦୨୦ ଫେବୃୟାରୀ ୨୧ ଶିବରାତ୍ରି ଦିନ ତୁମୁଡିବନ୍ଧ ଅଞ୍ଚଳର ଜଣେ ନାବାଳିକା ଜଲେଶପଟା ସ୍ଥିତ ଶିବମନ୍ଦିରକୁ ଯାଇଥିଲେ। ସେଠାରେ ପୂର୍ବରୁ ପରିଚିତ ଥିବା ସୁନୀଲ ଯାଇ ପହଞ୍ଚି ଥିଲେ। ନାବାଳିକାଙ୍କୁ ଭଲରେ ରଖିବି କହି ସାଙ୍ଗରେ ରାୟଗଡା ନେଇ ଯାଇଥିଲେ। ସେଠାରେ ତାଙ୍କ ଇଚ୍ଛା ବିରୋଧରେ ବଳାତ୍କାର କରିଥିଲେ। ଏହାପରେ ସୁନୀଲ ତାଙ୍କୁ ନେଇ ହାଇଦ୍ରାବାଦ ଚାଲିଯାଇଥିଲେ। ସେଠାରେ ମଧ୍ୟ ସୁନୀଲ ତାଙ୍କୁ ବଳାତ୍କାର କରିଥିଲେ। କରୋନା ହେବାରୁ ଉଭୟ ଫେରିଥିଲେ। ମୁନିଗୁଡାରେ ସୁନୀଲ ଏବଂ କୋଟଗଡ କ୍ୱାରେଣ୍ଟାଇନ ସେଣ୍ଟରରେ ନାବାଳିକା ରହିଥିଲେ। କ୍ୱାରେଣ୍ଟାଇନ ସରିବା ପରେ ସୁନୀଲ ତାଙ୍କ ଘରକୁ ଫେରିଯାଇଥିବା ବେଳେ ନାବାଳିକା ମଧ୍ୟ ସୁନୀଲଙ୍କ ଘରେ ଯାଇ ପହଞ୍ଚି ଥିଲେ। ହେଲେ ସେଠାରେ ସୁନୀଲ ତାଙ୍କୁ ଧମକ ଦେବା ସହ ମାଡ ମାରି ଘରୁ ତଡି ଦେଇଥିଲେ। ନାବାଳିକା ଜଣକ ଉପାୟ ନ ପାଇ ସମ୍ପର୍କୀୟ ଭଉଣୀଙ୍କ ଘରକୁ ଯାଇ ଘଟଣା ସମ୍ପର୍କରେ କହିଥିଲେ। ଏହାପରେ ନାବାଳିକା ତୁମୁଡିବନ୍ଧ ଥାନାରେ ଅଗଷ୍ଟ ୫ ତାରିଖରେ ଏତଲା ଦେଇଥିଲେ। ପୋଲିସ ନଂ. ୬୧/୨୦ରେ ମାମଲା ରୁଜୁ କରି ସୁନୀଲଙ୍କୁ କୋର୍ଟ ଚାଲାଣ କରିଥିଲା। ଘଟଣାରେ ୧୨ ଜଣଙ୍କ ସାକ୍ଷ୍ୟ ପ୍ରମାଣ, ମେଡିକାଲ ରିପୋର୍ଟକୁ ଭିତ୍ତିକରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri