ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୭ା୩: ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା କରାଯାଇଛି। ଏହା ଅନାଦାୟ ଅଧିକ ୬ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ସେହିପରି ପୀଡିତାଙ୍କୁ ୬ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅଭିଯୁକ୍ତ ଜଣକ ହେଲେ ରାୟଗଡା ଜିଲା ଆମ୍ବଦୋଳା ଥାନା ବଡମୁଦ୍ରା ଗ୍ରାମର ସୁନୀଲ ସପାକ ।
ପ୍ରକାଶ ଯେ, ୨୦୨୦ ଫେବୃୟାରୀ ୨୧ ଶିବରାତ୍ରି ଦିନ ତୁମୁଡିବନ୍ଧ ଅଞ୍ଚଳର ଜଣେ ନାବାଳିକା ଜଲେଶପଟା ସ୍ଥିତ ଶିବମନ୍ଦିରକୁ ଯାଇଥିଲେ। ସେଠାରେ ପୂର୍ବରୁ ପରିଚିତ ଥିବା ସୁନୀଲ ଯାଇ ପହଞ୍ଚି ଥିଲେ। ନାବାଳିକାଙ୍କୁ ଭଲରେ ରଖିବି କହି ସାଙ୍ଗରେ ରାୟଗଡା ନେଇ ଯାଇଥିଲେ। ସେଠାରେ ତାଙ୍କ ଇଚ୍ଛା ବିରୋଧରେ ବଳାତ୍କାର କରିଥିଲେ। ଏହାପରେ ସୁନୀଲ ତାଙ୍କୁ ନେଇ ହାଇଦ୍ରାବାଦ ଚାଲିଯାଇଥିଲେ। ସେଠାରେ ମଧ୍ୟ ସୁନୀଲ ତାଙ୍କୁ ବଳାତ୍କାର କରିଥିଲେ। କରୋନା ହେବାରୁ ଉଭୟ ଫେରିଥିଲେ। ମୁନିଗୁଡାରେ ସୁନୀଲ ଏବଂ କୋଟଗଡ କ୍ୱାରେଣ୍ଟାଇନ ସେଣ୍ଟରରେ ନାବାଳିକା ରହିଥିଲେ। କ୍ୱାରେଣ୍ଟାଇନ ସରିବା ପରେ ସୁନୀଲ ତାଙ୍କ ଘରକୁ ଫେରିଯାଇଥିବା ବେଳେ ନାବାଳିକା ମଧ୍ୟ ସୁନୀଲଙ୍କ ଘରେ ଯାଇ ପହଞ୍ଚି ଥିଲେ। ହେଲେ ସେଠାରେ ସୁନୀଲ ତାଙ୍କୁ ଧମକ ଦେବା ସହ ମାଡ ମାରି ଘରୁ ତଡି ଦେଇଥିଲେ। ନାବାଳିକା ଜଣକ ଉପାୟ ନ ପାଇ ସମ୍ପର୍କୀୟ ଭଉଣୀଙ୍କ ଘରକୁ ଯାଇ ଘଟଣା ସମ୍ପର୍କରେ କହିଥିଲେ। ଏହାପରେ ନାବାଳିକା ତୁମୁଡିବନ୍ଧ ଥାନାରେ ଅଗଷ୍ଟ ୫ ତାରିଖରେ ଏତଲା ଦେଇଥିଲେ। ପୋଲିସ ନଂ. ୬୧/୨୦ରେ ମାମଲା ରୁଜୁ କରି ସୁନୀଲଙ୍କୁ କୋର୍ଟ ଚାଲାଣ କରିଥିଲା। ଘଟଣାରେ ୧୨ ଜଣଙ୍କ ସାକ୍ଷ୍ୟ ପ୍ରମାଣ, ମେଡିକାଲ ରିପୋର୍ଟକୁ ଭିତ୍ତିକରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri