ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା ୬ରେ ପାରଳାଖେମୁଣ୍ଡିସ୍ଥିତ ସଞ୍ଜୟ ଗାନ୍ଧୀ କଲୋନୀର ଅଭିଯୁକ୍ତ ବାମିଡ଼ି ବାଲୁ ଓରଫ ବାଲାଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷର ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।ଏଥିସହ ତାଙ୍କୁ ୧୦ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଆହୁରି ଛଅ ମାସ ସଶ୍ରମ ଜେଲଦଣ୍ଡ ଭୋଗିବେ ବୋଲି ବିଚାରପତି ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି।

ସେହିପରି କ୍ଷତାକ୍ତ କରିବା ପାଇଁ ଥିବା ଭାରତୀୟ ପିଙ୍ଗଳ କୋଡ଼ର ଧାରା ୩୨୩ରେ ଉକ୍ତ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୩ମାସ ସଶ୍ରମ କାରାଦଣ୍ଡର ସଜା ଶୁଣାଇଛନ୍ତି ଓ ଅପହରଣ ପାଇଁ ରହିଥିବା ଧାରା ୩୬୩ରେ ଉକ୍ତ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୩ବର୍ଷର ସଶ୍ରମ କାରାଦଣ୍ଡ ସହ ୧ହଜାର ଟଙ୍କା ଜରିମାନା ସଜା ଶୁଣାଇଛନ୍ତି, ଜରିମାନା ଅନାଦେୟ ଆହୁରି ଦୁଇ ମାସ ସଶ୍ରମ ଜେଲଦଣ୍ଡ ଭୋଗ କରିବାକୁ ପଡିବ ବୋଲି ରାୟରେ ଉଲ୍ଲେଖ କରିଛନ୍ତି। ସେହିପରି ବିଚାରପତି ନିଜ ରାୟରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ପିଡ଼ିତାଙ୍କୁ କ୍ଷତିପୂରଣ ବାବଦକୁ ୪ଲକ୍ଷ ଟଙ୍କା ପ୍ରଦାନ କରିବା ନିମନ୍ତେ ନିର୍ଦ୍ଦେଶ ଜାରି କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ପେଶାଲ ପବ୍ଲିକ ପ୍ରସିକ୍ୟୁଟର ଆର. ଜନାର୍ଦ୍ଦନ ରାଓ ଏହି ମାମଲାର ସଫଳ ପରିଚାଳନା କରିଥିବାର ଖବର ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଗତବର୍ଷ ତା ୨୬-୦୨-୨୦୨୪ରିଖ ଦିନ ସନ୍ଧ୍ୟାରେ ପିଡ଼ିତା ନିଜ ଟ୍ୟୁସନ ସାରି ଘରକୁ ଠିକ ସମୟରେ ନଫେରିବା ଯୋଗୁ ତାଙ୍କ ମାଆ ବ୍ୟତିବ୍ୟସ୍ତ ହୋଇ ଚାରିଆଡେ ଖୋଜିବା ଆରମ୍ଭ କରି ହତାଶ ହୋଇଥିଲେ । ପରେ ପିଡ଼ିତାଙ୍କ ବାପା ଜଣଙ୍କ ପାଖରୁ ଖବର ପାଇଲେ ଯେ, ତାଙ୍କ ଝିଅଙ୍କୁ କିଏ ଜଣେ ଚଳନ୍ତା କାରରୁ ଫୋପାଡ଼ି ଦେଇ ପଳେଇଛନ୍ତି। ପରେ ସେ ସେଠାରୁ ନିଜ ଝିଅକୁ ଉଦ୍ଧାର କରି ସବୁ ବିଷୟରେ ଜାଣିବାକୁ ପାଇଲେ ଯେ, ସ୍ଥାନୀୟ ସଞ୍ଜୟ ଗାନ୍ଧୀ କଲୋନୀର ଅଭିଯୁକ୍ତ ବି. ବାଲୁ ତାଙ୍କ ନାବାଳିକା ଝିଅକୁ ଜୋର ଜବରଦସ୍ତ କାରରେ ଅପହରଣ କରି ନେଇବଳାତ୍କାର କରିଛନ୍ତି ଓ ପରେ ଜୀବନରେ ମାରିବାକୁ ଧମକ ଦେଇ ଚଳନ୍ତା କାରରୁ ତାଙ୍କୁ ଫୋପାଡ଼ି ଦେଇଛନ୍ତି ଓ ସେଥିପାଇଁ ତାଙ୍କ ଝିଅ ବି କ୍ଷତାକ୍ତ ହୋଇଛି। ଯାହାକୁ ନେଇ ୨୭-୦୨-୨୦୨୪ରେ ପାରଳାଖେମୁଣ୍ଡି ଥାନାରେ ପିଡ଼ିତାଙ୍କ ବାପା ଏକ ମାମଲା ଦାୟର କରିଥିଲେ ଯାହାକି ମାମଲା ନମ୍ବର ୫୮/୨୪ ରେ ପଞ୍ଜିକୃତ ହୋଇଥିଲା। ମାମଲାର ତଦନ୍ତ କରିଥିଲେ ସବ-ଇନ୍ସପେକ୍ଟର ପଞ୍ଚାନନ ବେହେରା ଥାନାଧିକାରୀ ପ୍ରଶାନ୍ତ ଭୂପତି ତଥା ଏସ୍ଡିପିଓ ମାଧବାନନ୍ଦ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉକ୍ତ ମାମଲାର ତଦନ୍ତ କରି ଉକ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିଲେ। ଆଜି ବଳିଷ୍ଠ ସାକ୍ଷୀ ପ୍ରମାଣ ତଥା ସମସ୍ତ ଦସ୍ତାବିଜକୁ ଆଧାର କରି ସର୍ବଶେଷରେ ଏହି ଦୃଷ୍ଟାନ୍ତମୂଳକ ରାୟ ମାନ୍ୟବର ନ୍ୟାୟାଧୀଶ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?