ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ବ୍ରହ୍ମପୁର ଅଫିସ,୧୬ା୧୧: ବ୍ରହ୍ମପୁର ଫାଷ୍ଟ ଟ୍ରାକ୍‌ ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଥିଲେ। ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ଖଲ୍ଲିକୋଟ ଥାନା ଅଞ୍ଚଳର ପ୍ରହଲ୍ଲାଦ ବେହେରା (୫୩)ଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ଜଜ୍‌ ତାଙ୍କ ରାୟ ପ୍ରକାଶ କରିଛନ୍ତି। ଏହାସହିତ ଉକ୍ତ ରାୟରେ ଅଭିଯୁକ୍ତ ଜଣଙ୍କ ୩୦ ହଜାର ଟଙ୍କା ଜରିମାନା ଦେବାକୁ ମଧ୍ୟ ନିର୍ଦ୍ଦେଶ ରହିଛି। ଜରିମାନା ଅନାଦାୟେ ଅତିରିକ୍ତ ୩ ମାସ ଜେଲଦଣ୍ଡରେ ଦଣ୍ଡିତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଅନ୍ୟପଟେ ପୀଡ଼ିତାଙ୍କ ଥଇଥାନ ଲାଗି ତାଙ୍କୁ ୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବା ପାଇଁ ଜିଲା ଆଇନ ସେବା ପ୍ରାଧିକରଣ ସଚିବ(ଡିଏଲଏସ୍‌ଏ)ଙ୍କୁ ଜଜ୍‌ଙ୍କ ନିର୍ଦ୍ଦେଶ ରହିଥିବା ପିପି ମୋହନ ସିଙ୍ଗାରି ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ୨୦୧୯ ସେପ୍ଟେମ୍ବର ୧୩ରେ ଜଣେ ନାବାଳିକା ଏକାକୀ ଠିଆ ହୋଇଥିବା ବେଳେ ପ୍ରହଲ୍ଲାଦ ତାଙ୍କୁ ପ୍ରଲୋଭନ ଦେଖାଇ ଏକ ଘର ଭିତରକୁ ନେଇଥିଲେ। ସେଠାରେ ତାଙ୍କୁ ବଳପୂର୍ବକ ବଳାତ୍କାର କରିଥିଲେ। ପୀଡ଼ିତା ଜଣଙ୍କ ଘରକୁ ଫେରି ଘଟଣା ସମ୍ପର୍କରେ ମା’ଙ୍କୁ ଜଣାଇଥିଲେ। ପୀଡ଼ିତାଙ୍କ ମା’ ଏନେଇ ଖଲ୍ଲିକୋଟ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ନଂ.୨୫୧/୧୯ରେ ଅଭିଯୁକ୍ତ ପ୍ରହଲ୍ଲାଦଙ୍କୁ ଗିରଫକରି କୋର୍ଟଚାଲାଣ କରିଥିଲା। ଅଭିଯୁକ୍ତ ଜଣଙ୍କ ଗିରଫଠାରୁ ମଣ୍ଡଳ କାରାଗାରରେ ଥିଲେ। ମଙ୍ଗଳବାର ଏହି ମାମଲାର ବିଚାର ବେଳେ ପୋଲିସ ଅଭିଯୁକ୍ତଙ୍କୁ ଜେଲରୁ ଆଣି କୋର୍ଟରେ ହାଜର କରିଥିଲା। ୧୨ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଜଜ୍‌ ଅଭିଯୁକ୍ତ ପ୍ରହଲ୍ଲାଦଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଉପରୋକ୍ତ ଦଣ୍ଡରେ ଦଣ୍ଡିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri