ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ବ୍ରହ୍ମପୁର ଅଫିସ,୧୬ା୧୧: ବ୍ରହ୍ମପୁର ଫାଷ୍ଟ ଟ୍ରାକ୍‌ ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଥିଲେ। ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ଖଲ୍ଲିକୋଟ ଥାନା ଅଞ୍ଚଳର ପ୍ରହଲ୍ଲାଦ ବେହେରା (୫୩)ଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ଜଜ୍‌ ତାଙ୍କ ରାୟ ପ୍ରକାଶ କରିଛନ୍ତି। ଏହାସହିତ ଉକ୍ତ ରାୟରେ ଅଭିଯୁକ୍ତ ଜଣଙ୍କ ୩୦ ହଜାର ଟଙ୍କା ଜରିମାନା ଦେବାକୁ ମଧ୍ୟ ନିର୍ଦ୍ଦେଶ ରହିଛି। ଜରିମାନା ଅନାଦାୟେ ଅତିରିକ୍ତ ୩ ମାସ ଜେଲଦଣ୍ଡରେ ଦଣ୍ଡିତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଅନ୍ୟପଟେ ପୀଡ଼ିତାଙ୍କ ଥଇଥାନ ଲାଗି ତାଙ୍କୁ ୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବା ପାଇଁ ଜିଲା ଆଇନ ସେବା ପ୍ରାଧିକରଣ ସଚିବ(ଡିଏଲଏସ୍‌ଏ)ଙ୍କୁ ଜଜ୍‌ଙ୍କ ନିର୍ଦ୍ଦେଶ ରହିଥିବା ପିପି ମୋହନ ସିଙ୍ଗାରି ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ୨୦୧୯ ସେପ୍ଟେମ୍ବର ୧୩ରେ ଜଣେ ନାବାଳିକା ଏକାକୀ ଠିଆ ହୋଇଥିବା ବେଳେ ପ୍ରହଲ୍ଲାଦ ତାଙ୍କୁ ପ୍ରଲୋଭନ ଦେଖାଇ ଏକ ଘର ଭିତରକୁ ନେଇଥିଲେ। ସେଠାରେ ତାଙ୍କୁ ବଳପୂର୍ବକ ବଳାତ୍କାର କରିଥିଲେ। ପୀଡ଼ିତା ଜଣଙ୍କ ଘରକୁ ଫେରି ଘଟଣା ସମ୍ପର୍କରେ ମା’ଙ୍କୁ ଜଣାଇଥିଲେ। ପୀଡ଼ିତାଙ୍କ ମା’ ଏନେଇ ଖଲ୍ଲିକୋଟ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ନଂ.୨୫୧/୧୯ରେ ଅଭିଯୁକ୍ତ ପ୍ରହଲ୍ଲାଦଙ୍କୁ ଗିରଫକରି କୋର୍ଟଚାଲାଣ କରିଥିଲା। ଅଭିଯୁକ୍ତ ଜଣଙ୍କ ଗିରଫଠାରୁ ମଣ୍ଡଳ କାରାଗାରରେ ଥିଲେ। ମଙ୍ଗଳବାର ଏହି ମାମଲାର ବିଚାର ବେଳେ ପୋଲିସ ଅଭିଯୁକ୍ତଙ୍କୁ ଜେଲରୁ ଆଣି କୋର୍ଟରେ ହାଜର କରିଥିଲା। ୧୨ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଜଜ୍‌ ଅଭିଯୁକ୍ତ ପ୍ରହଲ୍ଲାଦଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଉପରୋକ୍ତ ଦଣ୍ଡରେ ଦଣ୍ଡିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?