ଦୋଷୀଙ୍କୁ ୨୦ବର୍ଷ ଜେଲ

ବାରିପଦା ଅଫିସ,୭ା୧୨: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ଫାଷ୍ଟ ଟ୍ରାକ୍‌ କୋର୍ଟରେ ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ଦୁର୍ଗାଚରଣ ମିଶ୍ର ଏହାର ବିଚାର କରି ଦୋଷୀଙ୍କୁ ୨୦ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହିତ ୧୦ହଜାର ଟଙ୍କା ଜରିମାନା ଓ ଅନାଦାୟେ ଅଧିକ ୧ବର୍ଷ କାରାଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେତନଟୀ ଥାନା କଛିମବିଲା ଗ୍ରାମର ଦୁଲାଲ ସିଂ(୫୮) ା ମାମଲାର ବିବରଣୀ ଅନୁଯାୟୀ, ୨୦୧୯ ମେ ୨୦ରେ ଅଭିଯୁକ୍ତ ଦୁଲାଲ ଜଣେ ନାବାଳିକାଙ୍କୁ ଘରୁ ଡାକି ନେଇ ନିକଟସ୍ଥ ଜଙ୍ଗଲରେ ବଳାତ୍କାର କରିଥିଲେ। ମୁର୍ର୍ମୂଷୁ ଅବସ୍ଥାରେ ପୀଡ଼ିତା ଜଙ୍ଗଲରେ ପଡ଼ି ରହିଥିଲେ। ପରିବାର ଲୋକେ ଖୋଜାଖୋଜି କରିବା ପରେ ଜଙ୍ଗଲରୁ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ପ୍ରଥମେ ବେତନଟୀ ଓ ପରେ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଏ ସଂକ୍ରାନ୍ତରେ ପୀଡ଼ିତାଙ୍କ ଭାଇଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ପୋକ୍‌ସୋ ଆକ୍ଟରେ ଏକ ମାମଲା(ନଂ. ୭୦/୧୯) ରୁଜୁକରି ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ଉକ୍ତ ମାମଲାକୁ ସରକାରୀ ଆଇନଜୀବୀ ମନୋରଞ୍ଜନ ପଟ୍ଟନାୟକ ପରିଚାଳନା କରୁଥିଲେ। ଉଲ୍ଲେଖଯୋଗ୍ୟ, ମାମଲାର ବିଚାର ସମୟରେ ପୀଡ଼ିତାଙ୍କର ମୃତ୍ୟୁ ଘଟିିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?