ଆଜି ରାଜ୍ୟରେ ୨୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଉ ୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୧୮୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୯୪୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୮ ଜଣ ଚିହ୍ନଟ ହୋଇଥିବା ବେଳେ ୭୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୦ ଏବଂ ଅନୁଗୋଳରୁ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱର ୧୧, ବରଗଡ଼ ୧୫, ବଲାଙ୍ଗୀର ୮, ବୌଦ୍ଧ ୨, କଟକ ୧୪, ଦେବଗଡ଼ ୧, ଗଜପତି ୨, ଗଞ୍ଜାମ ୧, ଜଗତସିଂହପୁର ୧, ଯାଜପୁର ୮, ଝାରସୁଗୁଡ଼ା ୩, କଳାହାଣ୍ଡି ୧, କେନ୍ଦ୍ରାପଡ଼ା ୩, କେନ୍ଦୁଝର ୨, ଖୋର୍ଦ୍ଧା ୭, କୋରାପୁଟ ୧, ମୟୂରଭଞ୍ଜ ୫, ନୟାଗଡ଼ ୨, ନୂଆପଡ଼ା ୪, ପୁରୀ ୧୪, ରାୟଗଡ଼ା ୧, ଏବଂ ସୋନପୁରରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୧। ସେହିପରି ଆଜି ରାଜ୍ୟରୁ ୨ ଜଣଙ୍କ ଜୀବନ ନେଇଛି କରୋନା। ସୁନ୍ଦରଗଡ଼ ଏବଂ ଖୋର୍ଦ୍ଧା ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୯୪୯ରେ ପହଞ୍ଚିଥିବା ବେଳେ ୩,୨୮,୮୩୨ଜଣ ସୁସ୍ଥ ହୋଇଛନ୍ତି। ୨୧୬୬ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?