ଆଜି ରାଜ୍ୟରେ ୨୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଉ ୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୧୮୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୯୪୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୮ ଜଣ ଚିହ୍ନଟ ହୋଇଥିବା ବେଳେ ୭୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୦ ଏବଂ ଅନୁଗୋଳରୁ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱର ୧୧, ବରଗଡ଼ ୧୫, ବଲାଙ୍ଗୀର ୮, ବୌଦ୍ଧ ୨, କଟକ ୧୪, ଦେବଗଡ଼ ୧, ଗଜପତି ୨, ଗଞ୍ଜାମ ୧, ଜଗତସିଂହପୁର ୧, ଯାଜପୁର ୮, ଝାରସୁଗୁଡ଼ା ୩, କଳାହାଣ୍ଡି ୧, କେନ୍ଦ୍ରାପଡ଼ା ୩, କେନ୍ଦୁଝର ୨, ଖୋର୍ଦ୍ଧା ୭, କୋରାପୁଟ ୧, ମୟୂରଭଞ୍ଜ ୫, ନୟାଗଡ଼ ୨, ନୂଆପଡ଼ା ୪, ପୁରୀ ୧୪, ରାୟଗଡ଼ା ୧, ଏବଂ ସୋନପୁରରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୧। ସେହିପରି ଆଜି ରାଜ୍ୟରୁ ୨ ଜଣଙ୍କ ଜୀବନ ନେଇଛି କରୋନା। ସୁନ୍ଦରଗଡ଼ ଏବଂ ଖୋର୍ଦ୍ଧା ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୯୪୯ରେ ପହଞ୍ଚିଥିବା ବେଳେ ୩,୨୮,୮୩୨ଜଣ ସୁସ୍ଥ ହୋଇଛନ୍ତି। ୨୧୬୬ ଜଣ ଚିକିତ୍ସିତ ହେଉଛନ୍ତି।