ସମଲେଇ ମନ୍ଦିର ପାଇଁ ୨୦୦କୋଟି

ଭୁବନେଶ୍ୱର,୧୮।୨(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର, ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ପରେ ସମ୍ବଲପୁର ମା’ ସମଲେଇଙ୍କ ମନ୍ଦିର ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ଏକ ବୃହତ୍‌ ଯୋଜନା ପ୍ରସ୍ତୁତ କରିଛନ୍ତି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଚିଠା ପ୍ରସ୍ତାବକୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଉପସ୍ଥାପନ କରାଯାଇଛି। ଷୋଡ଼ଶ ଶତାବ୍ଦୀରେ ନିର୍ମିତ ମା’ ସମଲେଶ୍ୱରୀଙ୍କ ପୀଠର ବିକାଶ ପାଇଁ ରାଜ୍ୟ ସରକାର ସମଲେଶ୍ୱରୀ ଟେମ୍ପଲ୍‌ ଏରିଆ ମ୍ୟାନେଜମେଣ୍ଟ ଆଣ୍ଡ ଲୋକାଲ ଇକୋନୋମି ଇନିସିଏଟିଭ(ସମଲେଇ) ନାମରେ ଏକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ୨୦୨୧-୨୨ ଆର୍ଥିକବର୍ଷରେ ଏହି ଯୋଜନାରେ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ସମଲେଶ୍ୱରୀଙ୍କ ପୀଠ ତଥା ଆଖପାଖର ୧୦୮ ଏକର ଜମିର ବିକାଶ କରାଯିବ। ଏହି ଯୋଜନାରେ ମା’ଙ୍କ ମନ୍ଦିର ସୌନ୍ଦର୍ଯ୍ୟକରଣ, ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ତଥା ପର୍ଯ୍ୟଟକ ଓ ଭକ୍ତମାନଙ୍କ ପାଇଁ ଏକ ଅନନ୍ୟ ଅନୁଭୂତି ହେବା ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ କରିବ।
୧୨ଏକର ଜମି ପରିମିତ ଅଞ୍ଚଳରେ ଥିବା ମା’ଙ୍କ ମନ୍ଦିର ସୁରକ୍ଷା ଓ ବିକାଶ ଦିଗରେ ପଦକ୍ଷେପ ନିଆଯିବ। ଏଠାକୁ ଆସୁଥିବା ଭକ୍ତମାନେ ଯେଭଳି ସୁବିଧାରେ ମା’ଙ୍କର ଦର୍ଶନ କରିପାରିବେ ସେଥିପାଇଁ ଧାଡ଼ି ବ୍ୟବସ୍ଥା ପ୍ରଚଳନ କରାଯିବ। ବିଭିନ୍ନ ଧାର୍ମିକ ଅନୁଷ୍ଠାନ ପାଇଁ ସ୍ଥାନ ସହିତ ଭୋଗମଣ୍ଡପ ଓ ପୂଜାରୀଙ୍କ ପାଇଁ ବିଶ୍ରାମ ଗୃହ ନିର୍ମାଣ କରାଯିବ। ମନ୍ଦିର ଚାରି ଦିଗରେ ୪ଟି ସୁଦୃଶ୍ୟ ଐତିହ୍ୟ ଦ୍ୱାର ନିର୍ମାଣ କରାଯିବ। ଭକ୍ତମାନେ ପୂର୍ବ ଦ୍ୱାର ଦେଇ ମନ୍ଦିରକୁ ପ୍ରବେଶ କରିବେ। ଅନ୍ୟ ୩ଟି ଦ୍ୱାର ଦେଇ ବାହାରକୁ ବାହାରିବେ। ମନ୍ଦିର ମୁଖ୍ୟ ପ୍ରବେଶ ଦ୍ୱାର ପାଖରେ ମନ୍ଦିର କାର୍ଯ୍ୟାଳୟ ଇଣ୍ଟରପ୍ରିଟେଶନ ସେଣ୍ଟର ଏବଂ ଜନସାଧାରଣଙ୍କ ପାଇଁ ଜରୁରୀ ସୁବିଧାର ବିକାଶ କରାଯିବ। ମନ୍ଦିର ନିକଟରେ ଅବସ୍ଥିତ ଗୋପାଳଜୀ ମଠର ସଂରକ୍ଷଣ କରାଯିବ। ଏହାର ବିକାଶକୁ ମୂଳ ଯୋଜନା ସହ ସମନ୍ବିତ କରାଯିବ। ମନ୍ଦିର ଚାରିପଟେ ଐତିହ୍ୟ କରିଡର ନିର୍ମାଣ କରାଯିବ। ଭକ୍ତମାନେ ଯେପରି ପରିକ୍ରମା କରିପାରିବେ ସେଥିପାଇଁ ୧ କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଏକ ପାଦଚଲା ରାସ୍ତା ନିର୍ମାଣ କରାଯିବ। ସମ୍ବଲପୁରର ଜଳବାୟୁକୁ ଦୃଷ୍ଟିରେ ରଖି ପରିକ୍ରମା ପଥରେ ଛାୟାପ୍ରଦ ବୃକ୍ଷ ଆଦି ରୋପଣ କରାଯିବ। ଯାତ୍ରୀମାନଙ୍କ ସୁବିଧା ପାଇଁ ସେଠାରେ ପର୍ଯ୍ୟାପ୍ତ ବିକାଶ କରାଯିବ। ଏଥିସହିତ ପାର୍କିଂ ପାଇଁ ଜାଗା, ସ୍ବତନ୍ତ୍ର ଭେଣ୍ଡିଂଜୋନ୍‌, ଶୌଚାଳୟ, ସୂଚନା କେନ୍ଦ୍ର, ଦାନ କେନ୍ଦ୍ର ଇତ୍ୟାଦି ବ୍ୟବସ୍ଥା କରାଯିବ। ସେହିପରି ସେବାୟତ ପରିବାର ପାଇଁ ବାସଗୃହ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏଥିରେ ସମସ୍ତ ପ୍ରକାର ମୌଳିକ ସୁବିଧାର ବିକାଶ କରାଯିବ। ମନ୍ଦିର-ମହାନଦୀ ସଂଯୋଗ ରାସ୍ତା ନିର୍ମାଣ କରାଯିବ। ମା’ଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ମନ୍ଦିରରୁ ମହାନଦୀ ଘାଟକୁ ଯେପରି ସୁବିଧାରେ ଯାଇପାରିବେ, ସେଥିପାଇଁ ୩୦ ମିଟର ଉଚ୍ଚତା ବିଶିଷ୍ଟ ପାଦଚଲା ରାସ୍ତାର ମଧ୍ୟ ବିକାଶ କରାଯିବ। ଯେଉଁଠାରୁ କି ଉଭୟ ମହାନଦୀ ଓ ମା’ଙ୍କ ମନ୍ଦିର ସ୍ପଷ୍ଟ ଭାବେ ଦୃଶ୍ୟମାନ ହେବ। ସେଠାରେ ପ୍ରତିଦିନ ମହାନଦୀ ଆଳତି ଭକ୍ତମାନଙ୍କୁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭୂତି ପ୍ରଦାନ କରିବ।
ବର୍ତ୍ତମାନର ରିଂରୋଡ୍‌କୁ ଆହୁରି ଚଉଡ଼ା କରାଯିବ। ସେଥିରେ ସ୍ବତନ୍ତ୍ର ଭାବରେ ନଦୀ କୂଳେ କୂଳେ ଚଲାପଥ ଓ ଅବସର ସୁବିଧା ରହିବ। ଏହି ଯୋଜନାରେ ନଦୀକୂଳର ଯୋଜନାବଦ୍ଧ ଭାବେ ବିକାଶ କରାଯିବ। ଲୋକମାନେ ଯେପରି ସୁବିଧାରେ ସେମାନଙ୍କ ପରମ୍ପରା ଓ ରୀତିନୀତି ପାନଳ କରିପାରିବେ ସେଥିପାଇଁ ପ୍ଲାଟ୍‌ଫର୍ମ ବ୍ୟବସ୍ଥା କରାଯିବ। ଏଥିସହିତ ପର୍ଯ୍ୟଟକଙ୍କ ଲାଗି ମହାନଦୀ ଦୃଶ୍ୟ ଅବଲୋକନ ପାଇଁ ପାଭିଲିୟନ, ପ୍ଲାଜା ଓ ଡେକ୍‌ ଆଦି ନିର୍ମାଣ କରାଯିବ।
ଏହି ପ୍ରକଳ୍ପ ଅଧୀନରେ ୨୨ ଏକର ଜମିରେ ହ୍ରଦ କୂଳର ବିକାଶ କରାଯିବ। ଏଥିରେ ଆର୍ଦ୍ର ଭୂମିର ବିକାଶ ସହିତ ଦୈନିକ ୫ ନିୟୁତ ଲିଟର ସ୍ବେରେଜ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ନିର୍ମାଣ କରାଯିବ। ଆର୍ଦ୍ରଭୂମିର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କରାଯିବ। ଏଥିସହିତ ସେଠାରେ ପର୍ଯ୍ୟଟକଙ୍କ ସୁବିଧା ପାଇଁ ଫୁଡ୍‌ ପାର୍କ, ସ୍ଥାପତ୍ୟ ପାର୍କ ତଥା ମୁକ୍ତାକାଶ ରଙ୍ଗମଞ୍ଚର ବ୍ୟବସ୍ଥା ରହିବ। ସମ୍ବଲପୁରର ପ୍ରସିଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ ସହିତ ବିଭିନ୍ନ ସ୍ମାରକୀ ସାମଗ୍ରୀର ବିକ୍ରି ପାଇଁ ଭେଣ୍ଡିଂ ବ୍ୟବସ୍ଥା କରାଯିବ।
ରେଳ ଷ୍ଟେଶନରୁ ମନ୍ଦିର ଉତ୍ତର ପାର୍ଶ୍ୱକୁ ସଂଯୁକ୍ତ କରୁଥିବା ରାସ୍ତାକୁ ପ୍ରଶସ୍ତ କରାଯିବ। ଫଳରେ ଟ୍ରାଫିକ୍‌ ସମସ୍ୟା ଦୂର ହୋଇଯିବ। ବର୍ତ୍ତମାନ ଥିବା ଶ୍ମଶାନକୁ ପୂର୍ବ ପଟକୁ ସ୍ଥାନାନ୍ତର କରାଯିବ। ଏଠାରେ ଆଧୁନିକ ସୁବିଧାର ବିକାଶ କରାଯିବ। ଏହି ଶ୍ମଶାନ ୯ ମିଟର ବିଶିଷ୍ଟ ପାଦଚଲା ରାସ୍ତା ଦ୍ୱାରା ମହାନଦୀ ସହ ସଂଯୁକ୍ତ ହେବ। ଫଳରେ ଲୋକମାନେ ସୁବିଧାରେ ମହାନଦୀ ଘାଟକୁ ଯାଇ ପରମ୍ପରା ଓ ରୀତିନୀତି ପାଳନ କରିପାରିବେ। ଶ୍ମଶାନ ପାଖରେ ଶେଷକୃତ୍ୟ, ଶ୍ରାଦ୍ଧ ମଣ୍ଡପ ଓ ବିଶ୍ରାମାଗାର ବ୍ୟବସ୍ଥା କରାଯିବ।
ଏହି ନୂଆ ଯୋଜନା ଫଳରେ ପ୍ରଭାବିତ ହେଉଥିବା ଜନସାଧାରଣଙ୍କ ପାଇଁ ମାନବୀୟ ଦୃଷ୍ଟିରୁ ବିଚାର କରି ଏକ ଉଦାର ଥଇଥାନ ଓ ପୁନର୍ବାସ ପ୍ୟାକେଜ ପ୍ରସ୍ତୁତ କରାଯାଉଛି। ଏଥିରେ ଘରୋଇ ଜମିରେ ଘର, ସରକାରୀ ଜମିରେ ଥିବା ବସ୍ତି, ସରକାରୀ ଜମିରେ ଥିବା ଅନ୍ୟାନ୍ୟ ବାସଗୃହ, ଦୋକାନ ଘର, ଭେଣ୍ଡରମାନଙ୍କ ସୁବିଧା ପାଇଁ ପ୍ୟାକେଜ ବ୍ୟବସ୍ଥା କରାଯିବ। ସେହିପରି ସରକାରୀ ଜମିରେ ଥିବା କ୍ଲବ, ଧାର୍ମିକ ଅନୁଷ୍ଠାନ, ସରକାରୀ ଅଫିସ ଓ ପ୍ରତିଷ୍ଠାନଗୁଡିକ ପାଇଁ ସହାୟତା ପ୍ରଦାନ କରାଯିବ।
ଏହି ଚିଠାର ମାଷ୍ଟର ପ୍ଲାନ୍‌ ସମ୍ପର୍କରେ ଜନସାଧାରଣ development.samalei@gmail.com ଜରିଆରେ ମାର୍ଚ୍ଚ ୧୫ ସୁଦ୍ଧା ସେମାନଙ୍କର ମୂଲ୍ୟବାନ ମତାମତ ଦେଇପାରିବେ। ସମଲେଇ ପ୍ରକଳ୍ପର ସଫଳ ରୂପାୟନ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନରଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri