ଆଜି ରାଜ୍ୟରେ ୨୦୦ ପାର୍‌ କଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୨୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୯,୪୬୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨୬ ଜଣ ଚିହ୍ନଟ ହୋଇଥିବା ବେଳେ ୮୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୨୭, ବଲାଙ୍ଗୀର ଏବଂ କଟକରୁ ୨୦ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୬, ବାଲେଶ୍ୱର ୧୧, ବରଗଡ଼ ୧୩, ଭଦ୍ରକ ୪, ବୌଦ୍ଧ ୨, ଢେଙ୍କାନାଳ ୧୦, ଗଞ୍ଜାମ ୪, ଜଗତସିଂହପୁର ୨, ଯାଜପୁର ୫, ଝାରସୁଗୁଡ଼ା ୩, କଳାହାଣ୍ଡି ୫, କନ୍ଧମାଳ ୧, କେନ୍ଦ୍ରାପଡ଼ା ୧, କୋରାପୁଟ ୧୦, ମୟୂରଭଞ୍ଜ ୯, ନବରଙ୍ଗପୁର ୧, ନୂଆପଡ଼ା ୨, ପୁରୀ ୫, ରାୟଗଡ଼ା ୩ ଏବଂ ସମ୍ବଲପୁରରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୭।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୯,୪୬୦ ରେ ପହଞ୍ଚିଥିବା ବେଳେ ୩,୩୬,୩୩୭ ଜଣ ସୁସ୍ଥ ହୋଇଛନ୍ତି। ୧୧୫୧ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯(ବନ୍ଦନା ସେଠୀ): ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?