ପାଣି ପାଇଁ ୨୦୦ ପରିବାର ହଇରାଣ

ଆରଡ଼ି, ୮।୨(ଡି.ଏନ.ଏ.) ଦୁଇମାସ ହେଲା ସରକାରୀ ନଳକୂପ ଭାଙ୍ଗିଯାଇଛି। ଆଉ ଦୁଇଦିନ ହେବ ମୋଟର ପୋଡ଼ିଯିବା ଯୋଗୁ ପ୍ରକଳ୍ପ ପାଣି ମଧ୍ୟ ମିଳିପାରୁନି। ଫଳରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତର ୯ ଓ ୧୦ ନଂ. ଓ୍ବାର୍ଡର ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ପରିବାର। ଆଖଣ୍ଡଳମଣି ପୀଠ ପରିସରରେ ଉକ୍ତ ନଳକୂପ ଥିବାବେଳେ ଅଚଳ ଯୋଗୁ ଆସୁଥିବା ଶ୍ରଦ୍ଧାଳୁମାନେ ମଧ୍ୟ ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସୋମବାର ଥିବାରୁ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲା। ଜଳ ସଙ୍କଟ ଦେଖାଯିବାକୁ ନେଇ ସ୍ଥାନୀୟ ଅଧିବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ମୋଟର ପୋଡ଼ି ଯାଇଥିଲେ ବି ଜାଣିଶୁଣି ଅଚଳ ନଳକୂପ ମରାମତି କରାଯାଉନି କି ନୂଆ ମୋଟର ଲଗାଯାଉ ନ ଥିବା ସେମାନେ କହିଛନ୍ତି। ଲୋକେ ୨୦୦ ମିଟର ଦୂରରେ ଥିବା ପାଣିକଳରୁ ବହୁ କଷ୍ଟରେ ପାଣି ଆଣୁଛନ୍ତି। ଏଠାକାର କେତେଜଣ ନେତାଙ୍କ ଇଙ୍ଗିତରେ ସମସ୍ୟା ସମାଧାନ କରାଯାଉ ନ ଥିବା କହିଛନ୍ତି ସ୍ଥାନୀୟ ଭାଜପା ନେତା ସମର ପାଢ଼ୀ। ମଙ୍ଗଳବାର ସୁଦ୍ଧା ଜଳ ସଙ୍କଟ ଦୂର ନ ହେଲେ ଆନ୍ଦୋଳନ କରାଯିବ ବୋଲି ଓ୍ବାର୍ଡମେମ୍ବର ଆର୍ତ୍ତବନ୍ଧୁ ପାଢ଼ୀ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ସନାତନ ସିଂଙ୍କୁ ପଚାରିବାରୁ ମଙ୍ଗଳବାର ପୋଡ଼ି ଯାଇଥିବା ମୋଟର ସ୍ଥାନରେ ନୂଆ ଲଗାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri