ରାଜଧାନୀରୁ ୨୦୦ ଗ୍ରାମର ବ୍ରାଉନସୁଗାର ଜବତ,ଜଣେ ଗିରଫ

ଭୁବନେଶ୍ୱର, ୫।୫(ବ୍ୟୁରୋ): ରାଜଧାନୀରେ ବେଧଡକ ଚାଲିଛି ବ୍ରାଉନସୁଗାର କାରବାର। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଧରିବା ପାଇଁ ପୋଲିସ ପରେ ଅବକାରୀ ବିଭାଗ ଚଢାଉ ଜାରି ରଖୁଛି। ଗୁରୁବାର ସାଲିଆ ସାହି ବସ୍ତିରେ ଚଢ଼ାଉ କରି ବ୍ରାଉନ୍‌ ସୁଗାର ଜବତ କରିବା ସହ ଏହି ମାମଲାରେ ଜଣଙ୍କୁ ଗିରଫ କରିଛି । ସେ ହେଲେ ସାଲିଆ ସାହିରେ ରହୁଥିବା ଭଞ୍ଜନଗରର ଅଞ୍ଚଳର ରାଜୀବ କୁମାର ପଣ୍ଡା (୩୦)। ତାଙ୍କଠାରୁ ୨୦୦ ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ । ଏଥିସହ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଛି।
ସୂଚନାନୁଯାୟୀ ରାଜୀବ ସାଲିଆ ସାହି ବସ୍ତିରେ ରହି ବ୍ରାଉନସୁଗାର ବେପାର କରୁଥିବା ଅବକାରୀ ବିଭାଗ ବିଶେଷ ସୂତ୍ରରୁ ଜାଣିବାକୁ ପାଇଥିଲା । ତେଣୁ ତାଙ୍କୁ ଧରିବା ପାଇଁ ପୂର୍ବରୁ ପ୍ଲାନ କରିଥିଲା ଅବକାରୀ ବିଭାଗ । ଫଳରେ ଗୁରୁବାର ଅବକାରୀ ବିଭାଗର ଫ୍ଲାଇଙ୍ଗ ସ୍କ୍ବାଡର ୨୦ ଜଣିଆ ଟିମ ଯୋଜନା ମୁତାବକ ସାଲିଆ ସାହି ବସ୍ତିରେ ଚଢ଼ାଉ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri