Posted inଜାତୀୟ

କାବୁଲ ଦୂତାବାସରେ ଫସିଛନ୍ତି ୨୦୦ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଆଫାଗନିସ୍ତାନ ରାଜଧାନୀ କାବୁଲସ୍ଥିତ ଭାରତୀୟ ଦୂତାବାସରେ ଏବେ ବି ୨୦୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଓ ଅର୍ଦ୍ଧସାମରିକ ଯବାନ ରହିଛନ୍ତି। କାବୁଲ ବିମାନବନ୍ଦରରେ ଭାରତୀୟ ବାୟୁସେନାର ଏକ ବିମାନ ଛିଡ଼ାହୋଇଥିଲେ ହେଁ ଦୂତାବାସରୁ କର୍ମଚାରୀମାନଙ୍କୁ କିପରି ନିରାପଦରେ ଆଣିବ ତାକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ତାଲିବାନମାନେ କାବୁଲ ସହରରେ କର୍ଫ୍ୟୁ ଜାରି କରିଛନ୍ତି। ଦୂତାବାସ କର୍ମଚାରୀମାନଙ୍କୁ ସୁରକ୍ଷିତ ଭାବେ ଫେରାଇ ଆଣିବା ଲାଗି ଆଇଟିବିପି ଯବାନ ସେଠାକୁ ଯାଇଥିଲେ। ଦେଶ ଛାଡ଼ିବା ଲାଗି ବହୁସଂଖ୍ୟାରେ ଲୋକ ବିମାନବନ୍ଦରରେ ଭିଡ଼ କରିବାରୁ ସୋମବାର ସକାଳୁ ବ୍ୟବସାୟିକ ବିମାନ ଚଳାଚଳ ବନ୍ଦ କରିଦିଆଯାଇଛି। ଭାରତୀୟମାନଙ୍କୁ ଫେରାଇ ଆଣିବା ନେଇ ଯୋଜନା ପ୍ରସ୍ତୁତ କରିବାକୁ କ୍ୟାବିନେଟ ସଚିବ ବହିର୍ବ୍ୟାପାର ମନ୍ତ୍ରଣାଳୟ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?