ଉପକୂଳରୁ ୨୦୦ କି.ମି. ଦୂର ଦେଇ ଯିବ ବାତ୍ୟା

ଭୁବନେଶ୍ୱର,୨୨ା୧୦(ବ୍ୟୁରେ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଶନିବାର ଅବପାତ ଓ ୨୩ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ। ୨୪ ତାରିଖରେ ଏହା ସାମୁଦ୍ରିକ ଝଡ଼ର ରୂପ ନେବ। ଏହି ସମ୍ଭାବ୍ୟ ବାତ୍ୟା ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଓଡ଼ିଶା ଉପକୂଳର ୨୦୦କିମି ଦୂରରେ ସମାନ୍ତରାଳ ଭାବେ ଗତି କରି ୨୫ ତାରିଖ ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଉପକୂଳ ଛୁଇଁବ। ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଉପକୂଳ ଛୁଇଁବାର କୌଣସି ସମ୍ଭାବନା ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଓଡ଼ିଶା ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ। ତେବେ ବାତ୍ୟାର ବେଗ କେତେ ହେବ ଅବପାତରେ ପରିଣତ ହେବା ପରେ ଅଧିକ ସ୍ପଷ୍ଟ ହେବ। ସାମୁଦ୍ରିକ ଝଡ଼ ପ୍ରଭାବରେ ଉପକୂଳବର୍ତ୍ତୀ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲାରେ ୨୪ ଓ ୨୫ ତାରିଖ ଦୁଇଦିନ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି।
ବାତ୍ୟା ପ୍ରଭାବରେ ୨୧ ତାରିଖରୁ ଦକ୍ଷିଣ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଅଶାନ୍ତ ରହିବ। ୨୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ସମୁଦ୍ରକୁ ନ ଯିବାକୁ ସତର୍କ କରାଯାଇଛି। ଯେଉଁ ମତ୍ସ୍ୟଜୀବୀ ସମୁଦ୍ରକୁ ଯାଇଛନ୍ତି ତୁରନ୍ତ କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।
ସମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭୀତ ହେବାର କାରଣ ନାହିଁ। ଏହା ଓଡ଼ିଶା ଛୁଇଁବାର ନାହିଁ। ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ବୋଲି ରାଜ୍ୟ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ପ୍ରଦୀପ କୁମାର ଜେନା କହିଛନ୍ତି। ଗଣମାଧ୍ୟମ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ଜାରି କରି ସାଧାରଣ ଲୋକଙ୍କୁ ଆତଙ୍କିତ ନ ହେବା ପାଇଁ ସେ କହିଛନ୍ତି।
ସେ କହିଛନ୍ତି, ବାତ୍ୟା ଓଡ଼ିଶା ଉପକୂଳ ନ ଛୁଇଁଲେ ମଧ୍ୟ ରାଜ୍ୟ ସରକାର ପ୍ରାକୃତିକ ପ୍ରକ୍ରିୟାକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ୭ ଜିଲାର ଜିଲାପାଳମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହ ଆବଶ୍ୟକ ମୁକାବିଲା ନିମନ୍ତେ ପ୍ରସ୍ତୁତ ରହିବାକୁ କୁହାଯାଇଛି। ଏହି ବାତ୍ୟା ଓଡ଼ିଶା ଉପକୂଳରେ ପ୍ରବେଶ କରିବ ନାହିଁ, ମାତ୍ର ଏହା ସମୁଦ୍ର ମଧ୍ୟରେ ସମାନ୍ତରାଳ ଭାବେ ବାଂଲାଦେଶ ଅଭିମୁଖେ ଅତିକ୍ରମ କରିବାବେଳେ ଧାମରାର ପୂର୍ବ ଦିଗରେ ସବୁଠୁ କମ୍‌ ୨୦୦କିମି ଦୂର ବ୍ୟବଧାନରେ ଅତିକ୍ରମ କରିବ।
ସାମୁଦ୍ରିକ ଝଡ଼ ଅତିକ୍ରମ କରିବା ବେଳେ ଉପକୂଳବର୍ତ୍ତୀ ଜିଲା ଜଗତ୍‌ସିଂହପୁର, ଭଦ୍ରକ ଓ ବାଲେଶ୍ୱରରେ ଘଣ୍ଟା ପ୍ରତି ୫୦ରୁ ୬୦କିମି ବେଗରେ ପବନ ବହିବ। ରାଜ୍ୟର କିଛି ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି ବୋଲି ଏସ୍‌ଆରସି କହିଛନ୍ତି। ରାଜ୍ୟ ସରକାର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି ଓ ସମସ୍ତ ପ୍ରକାର ପ୍ରସ୍ତୁତି କରିଛନ୍ତି। ଓଡ୍ରାଫ୍‌, ଏନ୍‌ଡିଆରଏଫ୍‌, ଫାୟାର ସର୍ଭିସ, କୋଷ୍ଟ ଗାର୍ଡ ଓ ଇଣ୍ଡିଆନ ନାଭିର ଅଧିକାରୀମାନଙ୍କ ସହ ଏସ୍‌ଆରସି ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଆଗୁଆ ପ୍ରସ୍ତୁତି କରିଛନ୍ତି। ବାତ୍ୟା ଓଡ଼ିଶାରେ ପ୍ରବେଶ କରୁ ନ ଥିବାରୁ ଦୋକାନ ବଜାର ସ୍ବାଭାବିକ ଖୋଲା ରହିବ। ଅଯଥା ଦୋକାନ ବଜାରରେ ଭିଡ଼ ନ କରିବା ଓ ଆତଙ୍କିତ ନ ହେବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri