ଉପକୂଳରୁ ୨୦୦ କି.ମି. ଦୂର ଦେଇ ଯିବ ବାତ୍ୟା

ଭୁବନେଶ୍ୱର,୨୨ା୧୦(ବ୍ୟୁରେ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଶନିବାର ଅବପାତ ଓ ୨୩ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ। ୨୪ ତାରିଖରେ ଏହା ସାମୁଦ୍ରିକ ଝଡ଼ର ରୂପ ନେବ। ଏହି ସମ୍ଭାବ୍ୟ ବାତ୍ୟା ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଓଡ଼ିଶା ଉପକୂଳର ୨୦୦କିମି ଦୂରରେ ସମାନ୍ତରାଳ ଭାବେ ଗତି କରି ୨୫ ତାରିଖ ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଉପକୂଳ ଛୁଇଁବ। ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଉପକୂଳ ଛୁଇଁବାର କୌଣସି ସମ୍ଭାବନା ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଓଡ଼ିଶା ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ। ତେବେ ବାତ୍ୟାର ବେଗ କେତେ ହେବ ଅବପାତରେ ପରିଣତ ହେବା ପରେ ଅଧିକ ସ୍ପଷ୍ଟ ହେବ। ସାମୁଦ୍ରିକ ଝଡ଼ ପ୍ରଭାବରେ ଉପକୂଳବର୍ତ୍ତୀ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲାରେ ୨୪ ଓ ୨୫ ତାରିଖ ଦୁଇଦିନ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି।
ବାତ୍ୟା ପ୍ରଭାବରେ ୨୧ ତାରିଖରୁ ଦକ୍ଷିଣ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଅଶାନ୍ତ ରହିବ। ୨୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ସମୁଦ୍ରକୁ ନ ଯିବାକୁ ସତର୍କ କରାଯାଇଛି। ଯେଉଁ ମତ୍ସ୍ୟଜୀବୀ ସମୁଦ୍ରକୁ ଯାଇଛନ୍ତି ତୁରନ୍ତ କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।
ସମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭୀତ ହେବାର କାରଣ ନାହିଁ। ଏହା ଓଡ଼ିଶା ଛୁଇଁବାର ନାହିଁ। ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ବୋଲି ରାଜ୍ୟ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ପ୍ରଦୀପ କୁମାର ଜେନା କହିଛନ୍ତି। ଗଣମାଧ୍ୟମ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ଜାରି କରି ସାଧାରଣ ଲୋକଙ୍କୁ ଆତଙ୍କିତ ନ ହେବା ପାଇଁ ସେ କହିଛନ୍ତି।
ସେ କହିଛନ୍ତି, ବାତ୍ୟା ଓଡ଼ିଶା ଉପକୂଳ ନ ଛୁଇଁଲେ ମଧ୍ୟ ରାଜ୍ୟ ସରକାର ପ୍ରାକୃତିକ ପ୍ରକ୍ରିୟାକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ୭ ଜିଲାର ଜିଲାପାଳମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହ ଆବଶ୍ୟକ ମୁକାବିଲା ନିମନ୍ତେ ପ୍ରସ୍ତୁତ ରହିବାକୁ କୁହାଯାଇଛି। ଏହି ବାତ୍ୟା ଓଡ଼ିଶା ଉପକୂଳରେ ପ୍ରବେଶ କରିବ ନାହିଁ, ମାତ୍ର ଏହା ସମୁଦ୍ର ମଧ୍ୟରେ ସମାନ୍ତରାଳ ଭାବେ ବାଂଲାଦେଶ ଅଭିମୁଖେ ଅତିକ୍ରମ କରିବାବେଳେ ଧାମରାର ପୂର୍ବ ଦିଗରେ ସବୁଠୁ କମ୍‌ ୨୦୦କିମି ଦୂର ବ୍ୟବଧାନରେ ଅତିକ୍ରମ କରିବ।
ସାମୁଦ୍ରିକ ଝଡ଼ ଅତିକ୍ରମ କରିବା ବେଳେ ଉପକୂଳବର୍ତ୍ତୀ ଜିଲା ଜଗତ୍‌ସିଂହପୁର, ଭଦ୍ରକ ଓ ବାଲେଶ୍ୱରରେ ଘଣ୍ଟା ପ୍ରତି ୫୦ରୁ ୬୦କିମି ବେଗରେ ପବନ ବହିବ। ରାଜ୍ୟର କିଛି ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି ବୋଲି ଏସ୍‌ଆରସି କହିଛନ୍ତି। ରାଜ୍ୟ ସରକାର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି ଓ ସମସ୍ତ ପ୍ରକାର ପ୍ରସ୍ତୁତି କରିଛନ୍ତି। ଓଡ୍ରାଫ୍‌, ଏନ୍‌ଡିଆରଏଫ୍‌, ଫାୟାର ସର୍ଭିସ, କୋଷ୍ଟ ଗାର୍ଡ ଓ ଇଣ୍ଡିଆନ ନାଭିର ଅଧିକାରୀମାନଙ୍କ ସହ ଏସ୍‌ଆରସି ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଆଗୁଆ ପ୍ରସ୍ତୁତି କରିଛନ୍ତି। ବାତ୍ୟା ଓଡ଼ିଶାରେ ପ୍ରବେଶ କରୁ ନ ଥିବାରୁ ଦୋକାନ ବଜାର ସ୍ବାଭାବିକ ଖୋଲା ରହିବ। ଅଯଥା ଦୋକାନ ବଜାରରେ ଭିଡ଼ ନ କରିବା ଓ ଆତଙ୍କିତ ନ ହେବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?