Posted inଜାତୀୟ

ଆଜି ୨୦୦ ପିଆଇଏଲ୍‌ ଶୁଣାଣି

ନୂଆଦିଲ୍ଲୀ,୧୨ା୯: ସୁପ୍ରିମକୋର୍ଟରେ ସୋମବାର ୨୦୦ରୁ ଊର୍ଦ୍ଧ୍ୱ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)ର ଶୁଣାଣି କରାଯିବ। ଏହା ମଧ୍ୟରେ ସବୁଠୁ ଗୁରୁତ୍ୱପୂର୍ଣ୍ଣ ମାମଲା ହେଉଛି ବିବାଦୀୟ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଇଣ୍ଡିଆନ୍‌ ୟୁନିୟନ୍‌ ଅଫ୍‌ ମୁସଲିମ୍‌ ଲିଗ୍‌ (ଏଆଇୟୁଏମ୍‌ଏଲ୍‌) ପକ୍ଷରୁ ଦାଖଲ ହୋଇଥିବା ଆବେଦନ। ପ୍ରଧାନ ବିଚାରପତି (ସିଜେଆଇ) ୟୁ.ୟୁ. ଲଳିତଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ସିଏଏ ମାମଲାର ଶୁଣାଣି କରିବେ, ଯାହାକୁ ନେଇ ଦେଶବ୍ୟାପୀ ବିକ୍ଷୋଭର ନିଅଁା ଜଳିଥିଲା।

ସୁପ୍ରିମକୋର୍ଟ ଓ୍ବେବ୍‌ସାଇଟ୍‌ରେ ପ୍ରଦତ୍ତ ତଥ୍ୟାନୁସାରେ ସିଜେଆଇ ୟୁ.ୟୁ. ଲଳିତ ଏବଂ ଜଷ୍ଟିସ୍‌ ଏସ୍‌.ରବୀନ୍ଦ୍ର ଭଟ୍ଟଙ୍କ ଖଣ୍ଡପୀଠ ୨୨୦ ପିଟିଶନର ଶୁଣାଣି ସୋମବାର କରିବା ପାଇଁ ତାଲିକାଭୁକ୍ତ କରିଛନ୍ତି। ସିଏଏକୁ ଚ୍ୟାଲେଞ୍ଜ ସମେତ ପ୍ରାୟ ଦୁଇବର୍ଷ ଧରି ବିଚାରାଧୀନ ଥିବା ଅନେକ ପିଆଇଏଲ୍‌ର ଶୁଣାଣି କରାଯିବ। ସେଗୁଡ଼ିକ ମଧ୍ୟରୁ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଆବେଦନ ‘ଓ୍ବି ଦି ଓ୍ବିମେନ୍‌ ଅଫ୍‌ ଇଣ୍ଡିଆ’ ସଙ୍ଗଠନ ପକ୍ଷରୁ କରାଯାଇଛି। ଭାରତରେ ମହିଳାଙ୍କ ବିରୋଧରେ ଘରୋଇ ହିଂସା ବନ୍ଦ ନେଇ ୧୫ ବର୍ଷ ପୂର୍ବେ ଆଇନ ପ୍ରଣୟନ ସତ୍ତ୍ୱେ ଏହା ବଢ଼ିବାରେ ଲାଗିଛି। ସେମାନଙ୍କୁ ଘରୋଇ ହିଂସାରୁ ସୁରକ୍ଷା ଦେବା ଆଇନ ଅଧୀନରେ ସାରା ଦେଶରେ ପର୍ଯ୍ୟାପ୍ତ ଭିତ୍ତିଭୂମି ନିର୍ମାଣ କରି ପୀଡ଼ିତାମାନଙ୍କୁ ପ୍ରଭାବଶାଳୀ ଢଙ୍ଗରେ ଆଇନଗତ ସହାୟତା ପ୍ରଦାନ କରିବା ପାଇଁ ଏଥିରେ ପ୍ରାର୍ଥନା କରାଯାଇଛି।

୨୦୧୯ ଡିସେମ୍ବର ୧୮ରେ ସର୍ବୋଚ୍ଚ ଅଦାଲତ ସିଏଏ କାର୍ଯ୍ୟକାରୀତା ଉପରେ ସ୍ଥଗିତାଦେଶ ଜାରି କରିବାକୁ ମନା କରିଥିଲେ। କିନ୍ତୁ କେନ୍ଦ୍ର ସରକାରଙ୍କୁ ନୋଟିସ କରିଥିଲେ। ସଂଶୋଧିତ ଆଇନ ବଳରେ ୨୦୧୪ ଡିସେମ୍ବର ୩୧ ପୂର୍ବରୁ ଭାରତ ଆସିଥିବା ହିନ୍ଦୁ, ଶିଖ, ବୌଦ୍ଧ, ଖ୍ରିଷ୍ଟିୟାନ, ଜୈନ ଓ ପାର୍ସି ଭଳି ଅଣମୁସଲମାନ ପ୍ରବାସୀ ସମୁଦାୟଙ୍କୁ ନାଗରିକତ୍ୱ ପ୍ରଦାନ ବ୍ୟବସ୍ଥା କରାଯାଇଛି। ତେବେ ଏହାଦ୍ୱାରା ମୌଳିକ ସମାନତା ଅଧିକାର ଉଲ୍ଲଂଘନ ହେଉଥିବା ଦର୍ଶାଇ ଏଆଇୟୁଏମ୍‌ଏଲ୍‌ ପକ୍ଷରୁ ଏହାର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରାଯାଇଥିଲା। ସୁପ୍ରିମକୋର୍ଟ ୨୦୨୦ ଜାନୁୟାରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ଜବାବ ଦାଖଲ ନିମନ୍ତେ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଥିଲେ। ତେବେ କୋଭିଡ୍‌-୧୯ ଜନିତ କଟକଣା ଯୋଗୁ ଏହାର ଶୁଣାଣି ହୋଇପାରି ନ ଥିଲା। ସିଏଏକୁ ବିରୋଧ କରି ପିଟିଶନ ଦାଖଲ କରିଥିବା ଅନ୍ୟ ବ୍ୟକ୍ତିବିଶେଷ ଓ ସଂସ୍ଥାଗୁଡ଼ିକ ହେଲେ ଆର୍‌ଜେଡିର ମନୋଜ ଝା, ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି, ଜମାତ୍‌ ଉଲେମା-ଇ-ହିନ୍ଦ, ପିସ୍‌ ପାର୍ଟି ଏବଂ ସିପିଆଇ।


Enter your email to get our daily news in your inbox.

All Right Reserved By Dharitri.Com

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri