Posted inଜାତୀୟ

ଏଲ୍‌ଓସି ନିକଟ ଲଞ୍ଚପ୍ୟାଡ୍‌ରେ ୨୦୦ ଆତଙ୍କବାଦୀ ଅନୁପ୍ରବେଶ ସୁଯୋଗ ଅପେକ୍ଷାରେ…

ନୂଆଦିଲ୍ଲୀ, ୭।୫ : ପାକିସ୍ତାନରେ ସରକାରା ପରିବର୍ତ୍ତନ ସତ୍ତ୍ୱେ ଏହାର ଭାରତ ବିରୋଧୀ ମନୋବୃତ୍ତିରେ ସାମାନ୍ୟ ପରିବର୍ତ୍ତନ ହୋଇନାହିଁ। ଯଦିଓ ପାକିସ୍ତାନୀ ସେନା ମୁଖ୍ୟ ଜେନେରାଲ କମର ଜାଭେଦ ବାଜୱା ଏବଂ ନୂଆ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ନିଜ ନିଜ ମନ୍ତବ୍ୟ ମାଧ୍ୟମରେ ଭାରତ ସହିତ ରହିଥିବା ସମସ୍ତ ବିବାଦୀୟ ସମସ୍ୟାର ସମାଧାନ କରିବାକୁ କହିଛନ୍ତି।

ମାତ୍ର ଅପରପକ୍ଷରେ ପାକିସ୍ତାନ ଜମ୍ମୁ-କଶ୍ମୀର ଏବଂ ପଞ୍ଜାବରେ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଛି। ଉତ୍ତର ସେନା କମାଣ୍ଡର ଲ୍ୟୁଟନାଟ୍‌ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଏହା କହିଛନ୍ତି। ସେ ସୂଚନା ପ୍ରଦାନ କରିଛନ୍ତି ଯେ ଜମ୍ମୁ-କଶ୍ମୀରରେ ଅନୁପ୍ରବେଶ ପାଇଁ ୨୦୦ ଆତଙ୍କବାଦୀ ଏଲ୍‌ଓସି ନିକଟରେ ଥିବା ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟର ଲଞ୍ଚ ପ୍ୟାଡ୍‌ରେ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି। ଏଠାରେ ପାକିସ୍ତାନ ସହାୟତାରେ ୩୫ଟି ଆତଙ୍କବାଦୀ ଶିବିର ମଧ୍ୟ ସକ୍ରିୟ ରହିଥିବା ସେ କହିଛନ୍ତି।

 

ସେଥିମଧ୍ୟରୁ ୬ ଟି ପ୍ରମୁଖ ଆତଙ୍କବାଦୀ ଶିବିର ହୋଇଥିବାବେଳେ ୨୯ ଟି ଛୋଟ ଶିବିର ରହିଛି। ଏହା ସହିତ ଆତଙ୍କବାଦୀଙ୍କ ଅନୁପ୍ରବେଶ ପାଇଁ ବହୁ ଅସ୍ଥାୟୀ ଲଞ୍ଚପ୍ୟାଡ ମଧ୍ୟ ରହିଛି। ପାକିସ୍ତାନୀ ସେନା ଏବଂ ଅନ୍ୟ ଗୁପ୍ତଚର ସଂସ୍ଥାଗୁଡ଼ିକର ସହଭାଗୀତାରେ ଏଗୁଡିକ ପରିଚାଳିତ ହେଉଛି।

ଦ୍ୱିବେଦୀ କହିଛନ୍ତି ଯେ ଫେବୃଆରୀ ୨୯୨୧ରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ଜାରି ରହିଛି। ଗତ ଏକ ବର୍ଷ ମଧ୍ୟରେ, ଅଳ୍ପ କିଛି ମାମଲାକୁ ଛାଡ଼ିଦେଲେ ଉଭୟ ପକ୍ଷ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇ ନାହିଁ। ଭାରତୀୟ ସେନା ସମସ୍ତ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛି ବୋଲି ସେ ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ହେଉ ହେଉ ଥାଲାପଥି ବିଜୟଙ୍କୁ ଝଟ୍‌କା! ସୁପ୍ରିମକୋର୍ଟ ପହଞ୍ଚିଲା…

ଚେନ୍ନାଇ,୧୨।୫: ଟିଭିକେ ବିଧାୟକ ଆର. ଶ୍ରୀନିବାସ ସେତୁପତି ମାଡ୍ରାସ ହାଇକୋର୍ଟଙ୍କ କୌଣସି ଫ୍ଲୋର ଟେଷ୍ଟରେ ଭୋଟ ଦେବାରୁ ବାରଣ କରିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ…

ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ନର୍ସିଂ ଛାତ୍ରୀଙ୍କ ସାଇକଲ ଚୋରି, ସିସିଟିଭିରେ ରେକର୍ଡ

ବଲାଙ୍ଗୀର,୧୨।୫(ସୁନିଲ କୁମାର ମହାନ୍ତି): ହସ୍ପିଟାଲ ଭିତରେ ପୀଡିତ ରୋଗୀଙ୍କୁ ସେବା ଯୋଗାଉଥିବାବେଳେ ଜଣେ ନର୍ସିଂ ଛାତ୍ରୀଙ୍କ ସାଇକଲକୁ ହସ୍ପିଟାଲ ପରିସରରୁ ଜଣେ ଦୁର୍ବୃତ୍ତ ଚୋରି କରିଥିବା ଅଭିଯୋଗ…

NEET-UG ପରୀକ୍ଷା ବାତିଲ; ସମାଲୋଚନା କଲେ ନବୀନ, ପରୀକ୍ଷାର୍ଥୀଙ୍କ ପ୍ରତି ବିଶ୍ୱାସଘାତକତା…

ଭୁବନେଶ୍ବର,୧୨।୫: NEET- UG ୨୦୨୬ ପରୀକ୍ଷାକୁ NTA ବାତିଲ କରିଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ମେ ୩ ତାରିଖରେ ହୋଇଥିବା ପରୀକ୍ଷା ରଦ୍ଦ  କରାଯାଇଛି ।…

ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ

ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ…

ବିଜୟ ମୁଖ୍ୟମନ୍ତ୍ରୀ ହେବେ ବୋଲି ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, TVK ସରକାରରେ ମିଳିଲା ବଡ଼ ପଦବୀ

ଚେନ୍ନାଇ,୧୨।୫: ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ପ୍ରଥମେ ତିନି ବର୍ଷ ପୂର୍ୱେ ପ୍ରତିଷ୍ଠିତ ତାଙ୍କ ଦଳ ସହିତ ନିର୍ୱାଚନରେ ଏକ ବଡ଼ ବିଜୟ ହାସଲ କରି ହଇଚଇ ସୃଷ୍ଟି…

ଇଟାଲୀ, ୟୁଏଇ, ସ୍ୱିଡେନ…ମୋଦିଙ୍କ ଏହି ୫ଟି ଦେଶ ଗସ୍ତ ସ୍ଥାନରେ ୫୦୦ ଭାରତୀୟ ଟଙ୍କାର ମୂଲ୍ୟ କେତେ?

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୫ ରୁ ମେ ୨୦ ମଧ୍ୟରେ ପାଞ୍ଚଟି ଦେଶ ଗସ୍ତରେ ଯିବେ। ଏହି ଗସ୍ତ ସଂଯୁକ୍ତ ଆରବ ଏମିରେଟ୍ସ (UAE)…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri