Posted inଜାତୀୟ

ଯୋଗୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ୨୦୦ ଭିଭିଆଇପି

ଲକ୍ଷ୍ନୌ,୧୮।୩: ଉତ୍ତରପ୍ରଦେଶ ବିଧାନସଭାରେ ଭାଜପାର ବିପୁଳ ବିଜୟ ପରେ ଯୋଗୀ ଆଦିତ୍ୟ ନାଥଙ୍କ ଶପଥ ଗ୍ରହଣ ଉତ୍ସବ ପ୍ରସ୍ତୁତି ଜୋରଦାର ଚାଲିଛି। ଲକ୍ଷ୍ନୌ ସ୍ଥିତ ଏକନା ଷ୍ଟାଡିୟମରେ ମାର୍ଚ୍ଚ ୨୧ରେ ଯୋଗୀ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ଏକ ବିଶେଷ ସୂତ୍ରରୁ ସୂଚନା ମିଳିଛି। ଯୋଗୀଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରାୟ ୪ହଜାର ୫ଶହ ଲୋକଙ୍କ ଉପସ୍ଥିତି ରହିବା ନେଇ ଯୋଜନା କରାଯାଉଛି। ଏପରି କି ରାଜ୍ୟ ସରକାରୀ ଯୋଜନାରେ ଉପକୃତ ହିତାଧିକାରୀଙ୍କୁ ମଧ୍ୟ ଉତ୍ସବରେ ନିମନ୍ତ୍ରଣ କରାଯିବ ବୋଲି ଜଣାପଡିଛି।

ଅନ୍ୟପକ୍ଷରେ ଉତ୍ସବରେ ଯୋଗଦେବା ନେଇ ୨୦୦ ଭିଭିଆଇପି ଅତିଥିଙ୍କ ତାଲିକା ପ୍ରସ୍ତୁତ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଧ୍ୟ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଉତ୍ସବକୁ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ସୋନିଆ ଗାନ୍ଧୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ, ମୁଲାୟମ ସିଂହ ଯାଦବ ଓ ବିଏସ୍‌ପି ସୁପ୍ରିମୋ ମାୟାବତୀଙ୍କୁ ମଧ୍ୟ ନିମନ୍ତ୍ରଣ କରାଯିବ ବୋଲି ଜଣାପଡିଛି। ଏଥି ସହ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଉତ୍ସବରେ ଯୋଗ ଦେବାର ସମ୍ଭାବନା ରହିଛି।

ସୂଚନାଯୋଗ୍ୟ, ଉତ୍ତରପ୍ରଦେଶ ବିଧାନସଭା ନର୍ବାଚନରେ ଭାଜପା ୨୫୫ ଆସନ ପାଇଥିବା ବେଳେ ସହଯୋଗୀ ଅପନା ଦଳ ଏବଂ ନିଷାଦ ପାର୍ଟି ଯଥାକ୍ରମେ ୧୨ ଓ ୬ଟି ଆସନ ପାଇଥିଲା। ସମାଜବାଦୀ ପାର୍ଟି ୧୧୧ଟି ଆସନ ପାଇଥିବା ବେଳେ ତାଙ୍କ ସହଯୋଗୀ ରାଷ୍ଟ୍ରୀୟ ଲୋକଦଳ ୮ ଓ ଅନ୍ୟତମ ସହଯୋଗୀ ସୁହେଲଦେବ ଭାରତୀୟ ସମାଜ ପାର୍ଟି ୬ଟି ଆସନ ଜିତିଥିଲା। କଂଗ୍ରେସ ୨ଟି ଆସନ ପାଇଥିବା ବେଳେ ବିଏସ୍‌ ଗୋଟିଏ ଓ ଅନ୍ୟାନ୍ୟ ୨ଟି ଆସନରେ ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri