ନିଯୁକ୍ତି ପାଇ ତାମିଲନାଡୁ ଗଲେ କଳାହାଣ୍ଡିର ୨୦୦ ଯୁବତୀ

ଭବାନୀପାଟଣା,୧୯ା୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନଠାରେ ଟାଟା ଇଲେକ୍ଟ୍ରୋନିକ୍ସ ପ୍ରାଇଭେଟ ଲିମିଟେଡ ଦ୍ୱାରା ଗତ ୨୪.୯.୨୦୨୨ରେ ନିଯୁକ୍ତି ପାଇଥିବା ଜିଲାର ୨୨୦ ଜଣ ଯୁବତୀ ବୁଧବାର ତାମିଲନାଡୁ ଜିଲାର ହୋସୁର ସହରକୁ ଗସ୍ତ କରିଛନ୍ତି।

କଳାହାଣ୍ଡି ଜିଲାପାଳ ପି .ଅନ୍ବେଷା ରେଡ୍ଡୀ ଉପସ୍ଥିତ ରହି ଯୁବତୀମାନଙ୍କୁ ନେଇ ଯାଉଥିବା ୫ଟି ବସ୍‌କୁ ପତାକା ଦେଖାଇ ଶୁଭେଚ୍ଛା ଜଣାଇଥିଲେ। ରାଜ୍ୟ ସରକାର ସହଯୋଗ ତଥା ଜିଲା ପ୍ରଶାସନ ଉଦ୍ୟମରେ ପ୍ରଥମ କରି ଏତେ ସଂଖ୍ୟକ ଯୁବତୀ ନିଯୁକ୍ତି ପାଇବା ଆମ ପାଇଁ ଖୁସି ଖବର। ଜିଲାର ବିଭିନ୍ନ ବ୍ଲକରୁ ବିଡିଓଙ୍କ ତତ୍ତ୍ୱାବଧାନରେ ଯୁବତୀମାନେ ଆଇଟିଆଇରେ ପହଞ୍ଚିଥିଲେ। ବସ୍‌ରେ ଛାତ୍ରୀମାନେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚି ସେଠାରୁ ବାଙ୍ଗାଲୋର ଯାଇ ହୋସୁର ପହଞ୍ଚିବେ। ଯୁବତୀମାନଙ୍କ ରହିବା,ଖାଇବା ଓ ଅନ୍ୟାନ୍ୟ ସୁବିଧା କରିବା ପାଇଁ ଜିଲା ନିୟୋଜନ ସଂସ୍ଥାରୁ କର୍ମନିଯୁକ୍ତି ଅଧିକାରୀ ଅଜିତ କୁମାର ଉତ୍ତରାୟ ତଥା ଅନ୍ୟ କର୍ମଚାରୀ ୨ ଦିନ ହୋସୁରରେ ଅବସ୍ଥାନ କରିବେ। ଲାଞ୍ଜିଗଡ଼ ତଥା ଅନ୍ୟାନ୍ୟ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରୁ ଅନେକ ଆଦିବାସୀ ଯୁବତୀ ନିଜର ସୁନ୍ଦର ଭବିଷ୍ୟତ ଗଢ଼ିବା ପାଇଁ ହୋସୁର ଯାଉଛନ୍ତି। ଏହି ଗସ୍ତ କାର୍ଯ୍ୟକ୍ରମରେ କଳାହାଣ୍ଡି ବିଶବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋଜ ବେହେରା, ଡି ପି ଏମ, ଓଏଲ୍‌ଏମ୍‌ ପ୍ରଶାନ୍ତ ମିଶ୍ର, ଏ ପିଡି ବିମ୍ବାଧର ସାହୁଙ୍କ ସମେତ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri