Posted inଜାତୀୟ

୨୦୦ କୋଟିର ଜିଏସ୍‌ଟି ଠକେଇ ମାମଲା: ୧୪ ସ୍ଥାନରେ ଚଢ଼ାଉ, ୩୩ ଗିରଫ

ଅହମଦାବାଦ, ୮।୧୦: ଅହମଦାବାଦ କ୍ରାଇମବ୍ରାଞ୍ଚ ପକ୍ଷରୁ ଜିଏସ୍‌ଟି ଠକେଇ ବିରୋଧରେ ବଡ଼ ଅଭିଯାନ ଆରମ୍ଭ ହୋଇଛି। ଅହମ୍ମଦାବାଦ, ଜୁନାଗଡ଼, ସୁରଟ, ଖେଡ଼ା, ଭାବନଗର ଆଦି ସମେତ ଗୁଜରାଟର ୧୪ସ୍ଥାନରେ ଏହି ଚଢ଼ାଉ ହୋଇଛି। ଚଢ଼ାଉ ପରେ ୧୨ଟି ନକଲି ସଂସ୍ଥା ସହ ଜଡ଼ିତ ୩୩ ଜଣଙ୍କୁ ଗିରଫ କରାଯାଇଛି। ଡିରେକ୍ଟୋରେଟ୍‌ ଜେନେରାଲ ଅଫ୍‌ ଗୁଡସ୍‌ ଆଣ୍ଡ ସର୍ଭିସ୍‌ ଟାକ୍ସ (ଡିଜିଜିଆଇ)ର ଗୋଇନ୍ଦା ଆଧାରରେ କରାଯାଇଥିବା ଏହି କାର୍ଯ୍ୟାନୁଷ୍ଠାନରେ ନକଲି ଇନ୍‌ପୁଟ ଟାକ୍ସ କ୍ରେଡିଟ ଓ ନକଲି ଇନ୍‌ଭଏସ ସହ ଜଡ଼ିତ ୨୦୦ କୋଟି ଟଙ୍କା ଦୁର୍ନୀତିର ଖୁଲାସା ହୋଇଛି। ଗିରଫ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ମହେଶ ଲାଙ୍ଗା ନାମକ ଜଣେ ଖବରଦାତା ରହିଛନ୍ତି। ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।

ନକଲି ସଂସ୍ଥାଗୁଡ଼ିକୁ ପଞ୍ଜୀକୃତ କରି ଟାକ୍ସ କ୍ରେଡିଟ୍‌ ପାଉଥିବା ନେଇ ତାଙ୍କ ନାମରେ ଅଭିଯୋଗ ରହିଛି। ଗୋଟିଏ ଦିନ ପୂର୍ବରୁ ସେ ଜିଏସ୍‌ଟି ବ୍ୟବସ୍ଥାକୁ ସର୍ବସାଧାରଣରେ ସମାଲୋଚନା କରିଥିଲେ। ପଞ୍ଜୀକରଣ ସମ୍ବନ୍ଧୀୟ ସମସ୍ୟାକୁ ନେଇ ସେ ଟୁଇଟ୍‌ କରିବା ସହ ଭାରତରେ ବ୍ୟବସାୟ କରିବାର ସହଜତା ଉପରେ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ। ତେଣୁ ତାଙ୍କର ଗିରଫଦାରି ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି।

ଡିଜିଜିଆଇର ଜୋନାଲ ଡାଇରେକ୍ଟର ହିମାଂଶୁ ଜୋଶୀଙ୍କ ଦ୍ୱାରା ଅହମଦାବାଦ କ୍ରାଇମବ୍ରାଞ୍ଚରେ ଅଭିଯୋଗ କରାଯିବା ପରେ ଏହି ତଦନ୍ତ ଆରମ୍ଭ ହୋଇଥିଲା। ଧ୍ରୁବ୍‌ ଏଣ୍ଟରପ୍ରାଇଜେସ୍‌ ନାମକ ଏକ ନକଲି କମ୍ପାନୀ ଦେଶବ୍ୟାପୀ ୨୦୦ରୁ ଅଧିକ ନକଲି ଫାର୍ମ ସୃଷ୍ଟି କରି ଅନେକ କୋଟି ଟଙ୍କା ମୂଲ୍ୟର ନକଲି ବିଲ୍‌ ତିଆରି କରିଥିବା ନେଇ ଜୋଶୀ ଅଭିଯୋଗ କରିଥିଲେ। ଜିଏସ୍‌ଟି ନମ୍ବର ପାଇବା ପାଇଁ ଏକ ଜାଲ ଲିଜ୍‌ ଚୁକ୍ତି ଅହମଦାବାଦ ଜିଏସ୍‌ଟି ବିଭାଗରେ ଅନ୍‌ଲାଇନରେ ଦାଖଲ ହୋଇଥିବା ନେଇ ଅଭିଯୋଗ ହୋଇଥିଲା, ଯାହାକୁ ନେଇ ଏକ ବଡ଼ ଧରଣର ଆପରାଧିକ ଷଡ଼ଯନ୍ତ୍ର ରଚା ଯାଇଥିବା ଅନୁମାନ କରାଯାଉଛି।

ଅଧିକାରୀଙ୍କ ସୂଚନା ଅନୁଯାୟୀ, ୨୦୨୩ ମେ’ରୁ ୨୦୨୪ ମଧ୍ୟରେ ଏହି ଦୁର୍ନୀତିରେ କେବଳ ଗୁଜରାଟରୁ ମୋଟ ୫୦ ହଜାର କୋଟିରୁ ଅଧିକ ଜାଲିଆତି ବିଲ୍‌ ପ୍ରସ୍ତୁତ ହୋଇଥିବା ଅନୁମାନ କରାଯାଉଛି। ଏହି ମାମଲାରେ ଦାଖଲ ହୋଇଥିବା ଏଫ୍‌ଆଇଆର୍‌ରେ ଅନେକ କମ୍ପାନୀ ଏବଂ ବ୍ୟକ୍ତିବିଶେଷଙ୍କୁ ସହଅଭିଯୁକ୍ତ ଭାବେ ତାଲିକାଭୁକ୍ତ କରାଯାଇଛି। ଠକେଇର ସମ୍ପୂର୍ଣ୍ଣ ପରିମାଣ ଜାଣିବା ପାଇଁ ତଦନ୍ତ ଜାରି ରହିଛି। କେନ୍ଦ୍ରୀୟ ଜିଏସ୍‌ଟି, ଇଓଡବ୍ଲ୍ୟୁ, ଏସ୍‌ଓଜି ଓ ବହୁ ଅନ୍ୟ ଏଜେନ୍ସି ଏହି ତଦନ୍ତରେ ସାମିଲ ହୋଇଛି। ତଦନ୍ତ ଆଗକୁ ବଢ଼ିବା ପରେ ଗିରଫ ସଂଖ୍ୟା ବଢ଼ିବ ବୋଲି ଅନୁମାନ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri