Posted inଜାତୀୟ

ଛତିଶଗଡ଼ରେ ୨,୦୦୦ କୋଟିର ମଦ ଦୁର୍ନୀତି

ରାୟପୁର, ୮ା୫ : ଛତିଶଗଡ଼ରେ ବେଆଇନ ମଦ ସିଣ୍ଡିକେଟ୍‌ ପଛରେ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)ର ଜଣେ ଅଧିକାରୀ କିଙ୍ଗ୍‌ପିନ୍‌ ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଭିଯୋଗ କରିଛି। ଆଇଏଏସ୍‌ ଅଫିସର ଅନିଲ ତୁତେଜା ମଦ ବ୍ୟବସାୟୀ ଅନଓ୍ବର ଧେବାରଙ୍କ ସହ ମିଶି ଏହି ବେଆଇନ କାରବାର ଚଳାଇଥିଲେ। ଦୁର୍ନୀତିରୁ ଉପାର୍ଜିତ ଅର୍ଥକୁ ନିର୍ବାଚନ ପ୍ରଚାରରେ ଖର୍ଚ୍ଚ କରାଯାଉଥିଲା ବୋଲି ଇଡି କହିଛି। ଛତିଶଗଡ଼ରେ ୨୦୧୯ରୁ ୨୦୨୨ ମଧ୍ୟରେ ବିକ୍ରି ହୋଇଥିବା ମୋଟ ମଦରୁ ୩୦ରୁ ୪୦ ପ୍ରତିଶତ ହେଉଛି ହିସାବ ବହିର୍ଭୂତ ବେଆଇନ ମଦ ବୋଲି ଇଡି ତଦନ୍ତରୁ ଜାଣିବାକୁ ପାଇଛି। ରାଜ୍ୟରେ ଉଚ୍ଚସ୍ତରୀୟ ସରକାରୀ ଅଧିକାରୀ, ଘରୋଇ ବ୍ୟକ୍ତିବିଶେଷ ଏବଂ ରାଜନୈତିକ ପଦାଧିକାରୀମାନଙ୍କୁ ନେଇ ବେଆଇନ ମଦ ବ୍ୟବସାୟର ସିଣ୍ଡିକେଟ୍‌ ଚାଲିଥିଲା। ଏହି ଦୁର୍ନୀତିରୁ ୨,୦୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଆୟ କରାଯାଇ ନିର୍ବାଚନରେ ଖର୍ଚ୍ଚ କରାଯାଇଥିଲା। ଅନଓ୍ବର ହେଉଛନ୍ତି କଂଗ୍ରେସ ନେତା ତଥା ରାୟପୁର ମେୟର ଐଜାଜ୍‌ ଧେବରଙ୍କ ବଡ଼ଭାଇ। ୨୦୦୩ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ତୁତେଜା ଏବେ ଛତିଶଗଡ଼ ସରକାରରେ ଶିଳ୍ପ ଓ ବାଣିଜ୍ୟ ବିଭାଗ ଯୁଗ୍ମ ସଚିବ ଅଛନ୍ତି। ଶନିବାର ଅନଓ୍ବରଙ୍କୁ ଗିରଫ କରାଯିବା ପରେ ୪ ଦିନିଆ ଇଡି ରିମାଣ୍ଡରେ ପଠାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ,୧୫ା୨(ଅମିତାଭ ବେହେରା): ମାଲକାନଗିରି ଜିଲା ଏମ୍‌ଭି ୭୯ରୁ ବିଶାଖାପାଟଣା ଯାଉଥିବା (ଓଏସଆରଟିସି ) ବସ୍‌ ଆନ୍ଧ୍ରର ସାଲୁର ବାଇପାସ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ର ଷ୍ଟିଅରିଂ ଲକ୍‌…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri